ଆଳୁ ପିଆଜ ପରେ ବଢ଼ିଲା…

ଭୁବନେଶ୍ବର,୧୬।୯: ବଢୁଛି ଜରୁରୀ ସାମଗ୍ରୀର ଦାମ ବଢ଼ି ଚାଲିଛି । ଆଳୁ ପିଆଜ ପରେ ଏବେ ତେଲ ମହଙ୍ଗା ହୋଇଛି । କେନ୍ଦ୍ର ସରକାର ପାମୋଲିନ, ସୂର୍ଯ୍ୟମୁଖୀ ଏବଂ ସୋୟାବିନ ତେଲ ଉପରେ ଆମଦାନୀ ଶୁଳ୍କ ବଢ଼ାଇଥିଲେ ଯାହା ଗ୍ରାହାକଙ୍କ ଉପରେ ପ୍ରଭାବ ପକାଉଛି। ଶୁଳ୍କ ବୃଦ୍ଧି ଫଳରେ ଖୁଚୁରା ବଜାରରେ ବିଭିନ୍ନ ପ୍ରକାର ଖାଇବା ତେଲ ଦରରେ ୨୦ ଟଙ୍କା ବୃଦ୍ଧି ଘଟିଛି। ରବିବାର ସୋରିଷ ତେଲ ଦର ଲିଟର ପିଛା ୧୪୦ ଟଙ୍କା ଥିବାବେଳେ […] The post ଆଳୁ ପିଆଜ ପରେ ବଢ଼ିଲା… appeared first on Dharitri Odia News.

ଆଳୁ ପିଆଜ ପରେ ବଢ଼ିଲା…

ଭୁବନେଶ୍ବର,୧୬।୯: ବଢୁଛି ଜରୁରୀ ସାମଗ୍ରୀର ଦାମ ବଢ଼ି ଚାଲିଛି । ଆଳୁ ପିଆଜ ପରେ ଏବେ ତେଲ ମହଙ୍ଗା ହୋଇଛି । କେନ୍ଦ୍ର ସରକାର ପାମୋଲିନ, ସୂର୍ଯ୍ୟମୁଖୀ ଏବଂ ସୋୟାବିନ ତେଲ ଉପରେ ଆମଦାନୀ ଶୁଳ୍କ ବଢ଼ାଇଥିଲେ ଯାହା ଗ୍ରାହାକଙ୍କ ଉପରେ ପ୍ରଭାବ ପକାଉଛି। ଶୁଳ୍କ ବୃଦ୍ଧି ଫଳରେ ଖୁଚୁରା ବଜାରରେ ବିଭିନ୍ନ ପ୍ରକାର ଖାଇବା ତେଲ ଦରରେ ୨୦ ଟଙ୍କା ବୃଦ୍ଧି ଘଟିଛି।

ରବିବାର ସୋରିଷ ତେଲ ଦର ଲିଟର ପିଛା ୧୪୦ ଟଙ୍କା ଥିବାବେଳେ ସୋମବାର ଏହା ୧୬୦ ଟଙ୍କାରେ ବିକ୍ରି ହେଉଛି। ସେହିଭଳି ବିଭିନ୍ନ ପ୍ରକାର ରିଫାଇନ ତେଲ ପୂର୍ବରୁ ଲିଟର ପିଛା ୧୦୮ ଟଙ୍କାରେ ବିକ୍ରି ହେଉଥିବାବେଳେ ଆଜି ବିଭିନ୍ନ ସ୍ଥାନରେ ୧୨୦ରୁ ୧୩୦ ଟଙ୍କା ଭଳି ଉଚ୍ଚଦାମରେ ବିକ୍ରି ହେଉଛି।

ସୂଚନାଯୋଗ୍ୟ, କେନ୍ଦ୍ର ସରକାର ୧୩ ତାରିଖରେ ପାମୋଲିନ, ସୋୟାବିନ ଏବଂ ସୂର୍ଯ୍ୟମୁଖୀ ତେଲ ଉପରେ ୨୦ ପ୍ରତିଶତ ମୂଳ ଆମଦାନୀ ଶୁଳ୍କ ଲଗାଇବା ସହିତ ତାହାକୁ ୧୪ ତାରିଖରୁ ଲାଗୁ ନେଇ ନିର୍ଦ୍ଦେଶନାମା ଜାରି କରିଥିଲେ। ଏହାଦ୍ବାରା ଅଶୋଧିତ ଖାଇବା ତେଲ ଉପରେ ପ୍ରଭାବୀ ଆମଦାନି ଟିକସ ୫.୫ ପ୍ରତିଶତ ପରିବର୍ତ୍ତେ ୨୭.୫ ପ୍ରତିଶତକୁ ବଢ଼ିଯାଇଛି। ସେହିଭଳି ରିଫାଇନ ଖାଇବା ତେଲର ପ୍ରଭାବୀ ଆମଦାନୀ ଶୁଳ୍କ ୧୩.୭୫ ପ୍ରତିଶତ ପରିବର୍ତ୍ତେ ୩୫.୭୫ ପ୍ରତିଶତକୁ ବୃଦ୍ଧି ପାଇଛି ।ଆମଦାନୀ ଶୁଳ୍କ ବୃଦ୍ଧିର ପ୍ରଭାବ ସାଧାରଣ ଖାଉଟିଙ୍କ ଉପରେ ସିଧାସଳଖ ପଡ଼ିଛି।

The post ଆଳୁ ପିଆଜ ପରେ ବଢ଼ିଲା… appeared first on Dharitri Odia News.