ଆସନ୍ତା କାଲି ମହାପ୍ରଭୁଙ୍କ ବନକଲାଗି ନୀତି,ଶ୍ରଦ୍ଧାଳୁଙ୍କ ପାଇଁ ୪ ଘଣ୍ଟାବନ୍ଦ ରହିବ ଦର୍ଶନ
ପୁରୀ : ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି I ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ ଟା ରୁ ରାତି ୮ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ରାତି ୮ଟା ପରେ ଆରମ୍ଭ ହେବ ସର୍ବସାଧାରଣଙ୍କ ଦର୍ଶନ ବ୍ୟବସ୍ଥା । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଖବର ଅନୁଯାୟୀ, ଅପରାହ୍ଣରେ […]

ପୁରୀ : ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି I ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ ଟା ରୁ ରାତି ୮ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ରାତି ୮ଟା ପରେ ଆରମ୍ଭ ହେବ ସର୍ବସାଧାରଣଙ୍କ ଦର୍ଶନ ବ୍ୟବସ୍ଥା । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଖବର ଅନୁଯାୟୀ, ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ,ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ,ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନରେ ଭୂମିକା ରହିଛି । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ବୋଲି ସୂଚନା ରହିଛି।