ଆସନ୍ତା କାଲି ଲଘୁଚାପ !
ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଏହା ପ୍ରଭାବରେ ଆସନ୍ତା ଦୁଇଦିନ ଓଡ଼ିଶାରେ ପ୍ରବରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଓଡ଼ିଶାକୁ ଦୁଇ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୨୪ ଘଣ୍ଟାରେ କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା […]

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଏହା ପ୍ରଭାବରେ ଆସନ୍ତା ଦୁଇଦିନ ଓଡ଼ିଶାରେ ପ୍ରବରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଓଡ଼ିଶାକୁ ଦୁଇ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
୨୪ ଘଣ୍ଟାରେ କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ବାଲେଶ୍ଵରକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ପାଇଁ ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝରକୁ ସତର୍କତା ଜାରି କରାଯାଇଛି ।