ଆସନ୍ତା କାଲିଠାରୁ ଆରମ୍ଭ ହେବ କୃଷି ଓଡ଼ିଶା-୨୦୨୫

ଭୁବନେଶ୍ୱର:ଓଡ଼ିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଆସନ୍ତା କାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଭୁବନେଶ୍ୱର ବରମୁଣ୍ଡା, ବିଜୁପଟ୍ଟନାୟକ ଖେଳ ପଡ଼ିଆରେ “କୃଷି ଓଡ଼ିଶା – ୨୦୨୫” ର ଆୟୋଜନ ହେବାକୁ ଯାଉଛି ଏହି ସମାରୋହ ଆସନ୍ତାକାଲି ଦିନ ୧୧ ଘଟିକା ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଉଦଘାଟନ ହେବ । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ବହୁ […]

ଆସନ୍ତା କାଲିଠାରୁ ଆରମ୍ଭ ହେବ କୃଷି ଓଡ଼ିଶା-୨୦୨୫

ଭୁବନେଶ୍ୱର:ଓଡ଼ିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଆସନ୍ତା କାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଭୁବନେଶ୍ୱର ବରମୁଣ୍ଡା, ବିଜୁପଟ୍ଟନାୟକ ଖେଳ ପଡ଼ିଆରେ “କୃଷି ଓଡ଼ିଶା – ୨୦୨୫” ର ଆୟୋଜନ ହେବାକୁ ଯାଉଛି
ଏହି ସମାରୋହ ଆସନ୍ତାକାଲି ଦିନ ୧୧ ଘଟିକା ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଉଦଘାଟନ ହେବ । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉଦବୋଧନ ଦେବେ ।

କୃଷି ଓଡ଼ିଶା-୨୦୨୫ ର ବିଷୟବସ୍ତୁ ରହିଛି “ଚିରନ୍ତନ ଖାଦ୍ୟ ପ୍ରଣାଳୀ ପାଇଁ ଏକ ପ୍ରୟାସ” । ପ୍ରଥମଦିନର ବିଷୟବସ୍ତୁ ରହିବ ଜଳବାୟୁ ଉପଯୋଗୀ ଖାଦ୍ୟ ପଦ୍ଧତି ଓ ଜଳବାୟୁ ତ୍ୱରିତ ଉଦ୍ୟାନକୃଷି । ଦ୍ୱିତୀୟ ଦିବସ ମୃତ୍ତିକା ସ୍ୱାସ୍ଥ୍ୟ, ପ୍ରାକୃତିକ କୃଷି ଓ ଏହାର ମୂଲ୍ୟଶୃଙ୍ଖଳା ଏବଂ ତୃତୀୟ ଦିବସର ବିଷୟ ହେଉଛି ପାଣି ପଞ୍ଚାୟତ ପକ୍ଷ ପାଳନ ସହିତ ଧାରାବାହିକ ଜଳ ଶାସନ ନୀତି ।ଓଡ଼ିଶାରେ ପୋଷଣଯୁକ୍ତ ଖାଦ୍ୟ ପଦ୍ଧତି ସହିତ ସ୍ଥାନୀୟ ଅର୍ଥନୀତିକୁ ସଶକ୍ତ କରିବା ସହିତ ଉଭୟ ପରିବେଶ ଓ ସ୍ୱାସ୍ଥ୍ୟ ମଧ୍ୟରେ ସମନ୍ୱୟ ରକ୍ଷା କରିବା ଏହାର ମୂଳ ଲକ୍ଷ୍ୟ ।