ଆସନ୍ତା ଦୁଇଦିନ ମଧ୍ୟରେ ଆଉ ଏକ ଲଘୁଚାପ: ଚଳିତ ସପ୍ତାହ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୨।୯: ମିଆଁମାରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଘୂର୍ଣ୍ଣିବଳୟଟି ବାଂଲାଦେଶ ଉପକୂଳ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଚଳିତ ସପ୍ତାହର ଶେଷ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ଆସନ୍ତା 24 ଘଣ୍ଟା ମଧ୍ୟରେ କଳାହାଣ୍ଡି ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା […] The post ଆସନ୍ତା ଦୁଇଦିନ ମଧ୍ୟରେ ଆଉ ଏକ ଲଘୁଚାପ: ଚଳିତ ସପ୍ତାହ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା appeared first on Dharitri Odia News.
ଭୁବନେଶ୍ୱର,୧୨।୯: ମିଆଁମାରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଘୂର୍ଣ୍ଣିବଳୟଟି ବାଂଲାଦେଶ ଉପକୂଳ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଚଳିତ ସପ୍ତାହର ଶେଷ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି ।
ଅନ୍ୟପକ୍ଷରେ ଆସନ୍ତା 24 ଘଣ୍ଟା ମଧ୍ୟରେ କଳାହାଣ୍ଡି ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଟାଇବାରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଥିଲା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ଅନୁମାନ କରିଛି।
The post ଆସନ୍ତା ଦୁଇଦିନ ମଧ୍ୟରେ ଆଉ ଏକ ଲଘୁଚାପ: ଚଳିତ ସପ୍ତାହ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା appeared first on Dharitri Odia News.