ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ, ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ହେବ ଅବପାତରେ ପରିଣତ

ଭୁବନେଶ୍ୱର : ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ । ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ । ପୂର୍ବକେନ୍ଦ୍ରୀୟ ଆରବ ସାଗର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ ଓ ଗୋଆ ଉପକୂଳ ଅଞ୍ଚଳରେ ବାୟୂମଣ୍ଡଳର ମଧ୍ୟଭାଗ ଯାଏଁ ସକ୍ରିୟ ରହିଛିଛ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ଭିତରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତି କରିବ । […] The post ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ, ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ହେବ ଅବପାତରେ ପରିଣତ appeared first on KNews Odisha.

ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ, ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ହେବ ଅବପାତରେ ପରିଣତ
rain

ଭୁବନେଶ୍ୱର : ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ । ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ । ପୂର୍ବକେନ୍ଦ୍ରୀୟ ଆରବ ସାଗର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ ଓ ଗୋଆ ଉପକୂଳ ଅଞ୍ଚଳରେ ବାୟୂମଣ୍ଡଳର ମଧ୍ୟଭାଗ ଯାଏଁ ସକ୍ରିୟ ରହିଛିଛ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ଭିତରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତି କରିବ । ଆହୁରି ଘନୀଭୂତ ହେବା ସହ ଏହା ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।

ଅନ୍ୟପଟେ ମେ ୨୭ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେଇପାରେ । ପରବର୍ତ୍ତୀ ସମୟରେ ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜାରି ରହିଛି ।  ଆଉ ତିନି ଦିନ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ତାତି ଓ ଆର୍ଦ୍ରତା ପାଇଁ ୧୧ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

 

 

ଆହୁରି ପଢ଼ନ୍ତୁ : ରାଜଧାନୀରେ କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା, ଏକାସାଙ୍ଗରେ ଆସୁଛି ଦୁଇଟି ଲଘୁଚାପ !

The post ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ, ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ହେବ ଅବପାତରେ ପରିଣତ appeared first on KNews Odisha.