ଆସନ୍ତା ୧୭ ରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ସମୀକ୍ଷା
ଭୁବନେଶ୍ୱର : ଆସନ୍ତା ୧୭ ତାରିଖରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଏହି ଗସ୍ତ ପାଇଁ ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ବୈଠକ ହୋଇଥିଲା । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆଙ୍କ […] The post ଆସନ୍ତା ୧୭ ରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ସମୀକ୍ଷା appeared first on KNews Odisha.

ଭୁବନେଶ୍ୱର : ଆସନ୍ତା ୧୭ ତାରିଖରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଏହି ଗସ୍ତ ପାଇଁ ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ବୈଠକ ହୋଇଥିଲା । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ସଚିବ ଏବଂ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ ।
ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରଖି ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସଫଳ କରିବା ଉପରେ ଗୁରୁତ୍ବାରୋପ କରିଥିଲେ ମୁଖ୍ୟ ଶାସନ ସଚିବ । ଆସନ୍ତା ୧୭ ଭୁବନେଶରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ମୋଦି । ଆଉ କେତେକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି । ପୂର୍ବାହ୍ନ ୧୧ଟା ୩୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ପୂର୍ବାହ୍ନ ୧୧ଟା ୫୫ ମିନିଟରେ ଜନତା ମୈଦାନରେ କାର୍ଯ୍ୟକ୍ରମରେ ଯୋଗ ଦେବେ । ଅପରାହ୍ଣ ୩ଟା ନୂଆ ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଛି।
The post ଆସନ୍ତା ୧୭ ରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ସମୀକ୍ଷା appeared first on KNews Odisha.