ଆସନ୍ତା ୨ ଦିନ ଦେଖାଯିବ ଘନ କୁହୁଡ଼ି
ଭୁବନେଶ୍ୱର,୨୯।୧(ଅନୁରାଧା ମହାରଣା): ଆସନ୍ତା ୨ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିଲେ ମଧ୍ୟ କୁହୁଡ଼ିର ପ୍ରଭାବ ଜାରି ରହିବ। ଏଥିପାଇଁ ବିଭିନ୍ନ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଉପକୂଳ ଓଡ଼ିଶା ସମେତ ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜର କେତେକ ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିବ। ତେବେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, […] The post ଆସନ୍ତା ୨ ଦିନ ଦେଖାଯିବ ଘନ କୁହୁଡ଼ି appeared first on Dharitri Odia News.
ଭୁବନେଶ୍ୱର,୨୯।୧(ଅନୁରାଧା ମହାରଣା): ଆସନ୍ତା ୨ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିଲେ ମଧ୍ୟ କୁହୁଡ଼ିର ପ୍ରଭାବ ଜାରି ରହିବ। ଏଥିପାଇଁ ବିଭିନ୍ନ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଉପକୂଳ ଓଡ଼ିଶା ସମେତ ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜର କେତେକ ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିବ। ତେବେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, କେନ୍ଦୁଝର ଓ ଦେବଗଡ଼ ଆଦି ଜିଲାରେ ଘନ କୁହୁଡ଼ି ଦେଖାଯି। ଏଥିପାଇଁ ଏସବୁ ଜିଲାକୁ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କୁହୁଡ଼ି ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାନିର୍ର୍ଂ ଦିଆଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ, ସମ୍ବଲପୁର, ସୁବଣ୍ଣପୁର, କଳାହାଣ୍ଡି, ବଲାଙ୍ଗୀର ଓ ବୌଦ୍ଧ।
The post ଆସନ୍ତା ୨ ଦିନ ଦେଖାଯିବ ଘନ କୁହୁଡ଼ି appeared first on Dharitri Odia News.