ଆସନ୍ତା ୨ ଦିନରେ ବଦଳିବ ପାଗ

ଭୁବନେଶ୍ୱର,୪।୮:ରାଜ୍ୟରେ ୨ଦିନ ଧରି ବିଭିନ୍ନ ସ୍ଥାନରେ ପାଗ ଶୁଖିଲା ରହିଥିବାବେଳେ ୨ଦିନରେ ପାଗ ବଦଳିବ। ଆସନ୍ତା ୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ ଅନୁସାରେ ୬ ତାରିଖରେ ମୟୂରଭଞ୍ଜ, […] The post ଆସନ୍ତା ୨ ଦିନରେ ବଦଳିବ ପାଗ appeared first on Dharitri Odia News.

ଆସନ୍ତା ୨ ଦିନରେ ବଦଳିବ ପାଗ

ଭୁବନେଶ୍ୱର,୪।୮:ରାଜ୍ୟରେ ୨ଦିନ ଧରି ବିଭିନ୍ନ ସ୍ଥାନରେ ପାଗ ଶୁଖିଲା ରହିଥିବାବେଳେ ୨ଦିନରେ ପାଗ ବଦଳିବ। ଆସନ୍ତା ୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ ଅନୁସାରେ ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼ ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା ଓ ଗଜପତି ଜିଲାରେ ବ୍ରଜପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। ୭ ତାରିଖରେ ଦେବଗଡ଼, ସମ୍ବଲପୁର, ଅନୁଗୋଳ, ବୌଦ୍ଧ, ଢେଙ୍କାନାଳ ଓ କଟକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ଓ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୮ ତାରିଖରେ କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବଲାଙ୍ଗିର ଓ ନୂଆପଡ଼ା, ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।

The post ଆସନ୍ତା ୨ ଦିନରେ ବଦଳିବ ପାଗ appeared first on Dharitri Odia News.