ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

୨୨ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ।  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।  ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଏବଂ ୨୧ ତାରିଖରେ ବାଲେଶ୍ବର, ଭଦ୍ରକ, […] The post ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା appeared first on KNews Odisha.

ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
rain

୨୨ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ।  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।  ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଆସନ୍ତାକାଲି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଏବଂ ୨୧ ତାରିଖରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର,କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ।  ଅନ୍ୟପଟେ ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି ।

୮ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି କିମ୍ବା ତାଠାରୁ କମ ରହିଥିଲା ।  ଆସନ୍ତା ଦୁଇ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

The post ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା appeared first on KNews Odisha.