ଆସନ୍ତା ୨୩ରୁ ୨୫ ଯାଏ କଲେଜ ବନ୍ଦ
ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ଆସନ୍ତା ୨୩ରୁ ୨୫ ଅକ୍ଟୋବର ଯାଏ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକ ବନ୍ଦ ରଖିବାକୁ କୁହାଯାଇଛି। ପ୍ରକାଶ ଯେ, ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ […] The post ଆସନ୍ତା ୨୩ରୁ ୨୫ ଯାଏ କଲେଜ ବନ୍ଦ appeared first on Dharitri Odia News.
ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ଆସନ୍ତା ୨୩ରୁ ୨୫ ଅକ୍ଟୋବର ଯାଏ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକ ବନ୍ଦ ରଖିବାକୁ କୁହାଯାଇଛି।
ପ୍ରକାଶ ଯେ, ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗ ମୁହାଁ ହେବ। ଆସନ୍ତାକାଲି ଅର୍ଥାତ୍ ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସମ୍ଭାବ୍ୟ ବାତ୍ୟା ପ୍ରବାହରେ ଆଜି ଓ ଉପକୂଳରେ ଘଣ୍ଟାପ୍ରତି ୪୪ରୁ ୫୫ କିମି ବେଗରେ ପବନ ବହିବ। ସମ୍ଭାବ୍ୟ ବାତ୍ୟାଟି ଗଭୀର ଅବପାତରେ ପରିଣତ ହେବା ପରେ ଓ ଉପକୂଳରେ ପବନର ବେଗ ବଢିବ ବୋଲି ଜଣାପଡିଛି। ଗଭୀର ଅବପାତ ପରେ ଆସନ୍ତାକାଲି ବାତ୍ୟାର ରୂପ ନେବ ଏବଂ ପବନର ବେଗ ଘଣ୍ଟାପ୍ରତି ୮୦ରୁ ୯୦ କିମି ରହିବ। ୨୪ ତାରିଖ ସକାଳେ ଭୀଷଣ ବାତ୍ୟାର ରୂପ ନେବାପରେ ପବନର ବେଗ ବଢିବ। ଘଣ୍ଟାପ୍ରତି ୯୦ରୁ ୧୦୦ କିମି ବେଗରେ ପବନ ବହିବ।
ସମ୍ଭାବ୍ୟ ବାତ୍ୟା ଉପକୂଳ ଅତିକ୍ରମ କରିବାବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନବ ୧୨୦ କିଲୋମିଟର ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଇଛି। ଏହାପରେ ଲ୍ୟାଣ୍ଡଫଲ କରିବା ପରେ ୨୫ ତାରିଖ ସକାଳେ ଓଡ଼ିଶା ଉପକୂଳରେ ପବନର ବେଗ କମିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୭୫ରୁ୮୫ କିମି ରହିବ।
The post ଆସନ୍ତା ୨୩ରୁ ୨୫ ଯାଏ କଲେଜ ବନ୍ଦ appeared first on Dharitri Odia News.