ଆସନ୍ତା ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ, ୨୪ରେ ନେବ ଅବପାତର ରୂପ !

ଭୁବନେଶ୍ଵର:  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ୨୪ ତାରିଖ ବେଳକୁ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଏହା ବାତ୍ୟାରେ ପରିଣତ ହେବ କି ନା ସେନେଇ କୌଣସି ସ୍ପଷ୍ଟ ଚିତ୍ର ରଖିନାହିଁ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ ଉତ୍ତର ପୂର୍ବ ଦିଗକୁ ଗତି କରିବା ସହ ୨୪ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ରୂପ ନେବାର ସମ୍ଭାବନା ରହିଛି । ଏହି ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ବର୍ଷା ହେବା ନେଇ ସ୍ପଷ୍ଟ କରିଛି ପାଣିପାଗ ବିଭାଗ। ଏହି ଅବପାତ ବାତ୍ୟାରେ ପରିଣତ ହେବ ନା ନାହିଁ ଏନେଇ କୌଣସି ସୂଚନା ଦିଆଯାଇନାହିଁ । Also read: ୮ ସହରର ତାପମାତ୍ର ୪୦ ଡିଗ୍ରୀ ଉପରେ, ନୂଆପଡ଼ାରେ ସର୍ବାଧିକ ତାତି ରେକର୍ଡ୨୪ ରୁ ରାଜ୍ୟରେ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି।  ଲଘୁଚାପ ପ୍ରଭାବରେ ଆଜିଠାରୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯା

ଆସନ୍ତା ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ, ୨୪ରେ ନେବ ଅବପାତର ରୂପ !

ଭୁବନେଶ୍ଵର:  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ୨୪ ତାରିଖ ବେଳକୁ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଏହା ବାତ୍ୟାରେ ପରିଣତ ହେବ କି ନା ସେନେଇ କୌଣସି ସ୍ପଷ୍ଟ ଚିତ୍ର ରଖିନାହିଁ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ ଉତ୍ତର ପୂର୍ବ ଦିଗକୁ ଗତି କରିବା ସହ ୨୪ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ରୂପ ନେବାର ସମ୍ଭାବନା ରହିଛି । ଏହି ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ବର୍ଷା ହେବା ନେଇ ସ୍ପଷ୍ଟ କରିଛି ପାଣିପାଗ ବିଭାଗ। ଏହି ଅବପାତ ବାତ୍ୟାରେ ପରିଣତ ହେବ ନା ନାହିଁ ଏନେଇ କୌଣସି ସୂଚନା ଦିଆଯାଇନାହିଁ । 

Also read: ୮ ସହରର ତାପମାତ୍ର ୪୦ ଡିଗ୍ରୀ ଉପରେ, ନୂଆପଡ଼ାରେ ସର୍ବାଧିକ ତାତି ରେକର୍ଡ

୨୪ ରୁ ରାଜ୍ୟରେ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି।  ଲଘୁଚାପ ପ୍ରଭାବରେ ଆଜିଠାରୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଆଗକୁ ଲଘୁଚାପ ଅବପାତ ରୂପ ନେବା ପରେ ତୀବ୍ରତା କେତେ ରହିବ, ଗତି କେଉଁ ଆଡ଼କୁ ରହିବ ତାହା ସ୍ପଷ୍ଟ କରାଯିବ ବୋଲି ପାଣିପାଗ କେନ୍ଦ୍ର କହିଛି । 

ସେପଟେ ରାଜ୍ୟରେ କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିଛି । ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ବିଜୁଳି ଓ ଘଡଘଡି  ସହ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୫ ଦିନ ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ବାଲେଶ୍ବର ଜିଲ୍ଲାରେ ପ୍ରବଳ ବର୍ଷା  ହେବାର ସମ୍ଭାବନା ରହିଛି। ବର୍ଷା ସମୟରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।