ଆସନ୍ତା ୨୪ ତାରିଖରେ ବାତ୍ୟା ‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ଆସିବ କେନ୍ଦ୍ରୀୟ ଟିମ୍

ଆସନ୍ତା ୨୪ ତାରିଖରେ ବାତ୍ୟା ‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ଆସିବ କେନ୍ଦ୍ରୀୟ ଟିମ୍ । ୨୭ ତାରିଖ ଯାଏଁ ଓଡିଶାର ପ୍ରଭାବିତ ଜିଲ୍ଲା ଗୁଡିକ ବୁଲି ଦେଖିବେ । ଏ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ପିକେ ରାଏଙ୍କ ନେତୃତ୍ୱରେ ୭ଜଣିଆ ଟିମ୍ ଓଡ଼ିଶା ଆସୁଛନ୍ତି । ସେମାନେ ୨୫ରେ ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଯାଇ କ୍ଷୟକ୍ଷତି ଆକଳନ ଓ […] The post ଆସନ୍ତା ୨୪ ତାରିଖରେ ବାତ୍ୟା ‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ଆସିବ କେନ୍ଦ୍ରୀୟ ଟିମ୍ appeared first on KNews Odisha.

ଆସନ୍ତା ୨୪ ତାରିଖରେ ବାତ୍ୟା ‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ଆସିବ କେନ୍ଦ୍ରୀୟ ଟିମ୍
suresh pujari

ଆସନ୍ତା ୨୪ ତାରିଖରେ ବାତ୍ୟା ‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ଆସିବ କେନ୍ଦ୍ରୀୟ ଟିମ୍ । ୨୭ ତାରିଖ ଯାଏଁ ଓଡିଶାର ପ୍ରଭାବିତ ଜିଲ୍ଲା ଗୁଡିକ ବୁଲି ଦେଖିବେ । ଏ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ପିକେ ରାଏଙ୍କ ନେତୃତ୍ୱରେ ୭ଜଣିଆ ଟିମ୍ ଓଡ଼ିଶା ଆସୁଛନ୍ତି ।

ସେମାନେ ୨୫ରେ ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଯାଇ କ୍ଷୟକ୍ଷତି ଆକଳନ ଓ ସ୍ଥିତି ପରଖିବେ। ୨୫ ତାରିଖରେ ଭଦ୍ରକ, ବାଲେଶ୍ବର ଏବଂ କେନ୍ଦ୍ରାପଡ଼ା ଯାଇ ସ୍ଥିତି ପରଖିବେ । କ୍ଷୟକ୍ଷତି ଆକଳନ ପରେ ୨୬ ତାରିଖରେ ମୁଖ୍ୟ ଶାସନ ସଚିବ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ।

କେନ୍ଦ୍ରୀୟ ଟିମ୍ ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ସହାୟତା ରାଶି ଆସିବ ।  ତେବେ ପ୍ରତ୍ୟେକ ବର୍ଷ ପ୍ରାକୃତିକ ବିପର୍ଯ୍ୟୟ ଶୀକାର ଓଡ଼ିଶା ହେଉଥିବାରୁ ଭିତ୍ତିଭୂମି କ୍ଷୟକ୍ଷତିର ସ୍ଥାୟୀ ସମାଧାନ ପାଇଁ ସ୍ୱତନ୍ତ୍ର ଅର୍ଥ ମଗାଯିବ ଓ ଏନେଇ ବିଶେଷଜ୍ଞମାନଙ୍କ ସହ ବିଚାରବିମର୍ଶ ଚାଲିଛି ବୋଲି ଶ୍ରୀ ପୂଜାରୀ କହିଛନ୍ତି ।

The post ଆସନ୍ତା ୨୪ ତାରିଖରେ ବାତ୍ୟା ‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ଆସିବ କେନ୍ଦ୍ରୀୟ ଟିମ୍ appeared first on KNews Odisha.