ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୨।୧୨: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାଶର୍ବବର୍ତ୍ତୀ ଉତ୍ତର-ତାଲିମନାଡ଼ୁ ପାଶର୍ବବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ହେବାର ସମ୍ଭାବନା ରହିଛି I ପ୍ରଭାବରେ ଓଡିଶା ଉପରେ ଏକ ପୂର୍ବାଳୀ ନିମ୍ନଚାପ ରେଖା ସୃଷ୍ଟି ସମ୍ଭାବନା ହେତୁ ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବା ସହ ଦକ୍ଷିଣ ଉପକୂଳ ସମେତ ପାଶର୍ବବର୍ତ୍ତୀ ଉତ୍ତର […] The post ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା appeared first on Dharitri Odia News.
ଭୁବନେଶ୍ୱର,୨୨।୧୨: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାଶର୍ବବର୍ତ୍ତୀ ଉତ୍ତର-ତାଲିମନାଡ଼ୁ ପାଶର୍ବବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ହେବାର ସମ୍ଭାବନା ରହିଛି I ପ୍ରଭାବରେ ଓଡିଶା ଉପରେ ଏକ ପୂର୍ବାଳୀ ନିମ୍ନଚାପ ରେଖା ସୃଷ୍ଟି ସମ୍ଭାବନା ହେତୁ ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବା ସହ ଦକ୍ଷିଣ ଉପକୂଳ ସମେତ ପାଶର୍ବବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାରେ ମେଘୁଆ ଆକାଶ ସହ ବର୍ଷାର ସମ୍ଭାବନା ରହିଛି। ୨୪ ତାରିଖରେ ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରପଡ଼ା ସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ନୟାଗଡ଼, କୋରାପୁଟ, ମାଲକାନଗିରି, କନ୍ଧମାଳ ଆଦି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଅନ୍ୟପଟେ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ରହିଛି। ସୋମବାର ଓ ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି ଓ ଅନୁଗୁଳ ଜିଲାରେ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କନ୍ଧମାଳ, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, ବରଗଡ଼ ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ।
The post ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା appeared first on Dharitri Odia News.