ଆସନ୍ତା ୨୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ: ଆସନ୍ତା ୨୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ଏହାପରେ ଗୋପବନ୍ଧୁ... The post ଆସନ୍ତା ୨୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ appeared first on .

ଆସନ୍ତା ୨୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ: ଆସନ୍ତା ୨୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ଏହାପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ହୀରକ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି।‌

ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ବୈଠକ କରିଛନ୍ତି ଜିଲ୍ଲାପାଳ। ଆସନ୍ତା ୨୪ରେ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରରେ ପୂର୍ବାହ୍ନ ୧୦ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ଅବତରଣ କରିବେ। ସେଠାରୁ ମହାପ୍ରଭୁଙ୍କ ଦର୍ଶନ ଅଭିମୁଖେ ଯିବେ ରାଷ୍ଟ୍ରପତି।

ପୂର୍ବାହ୍ନ ପ୍ରାୟ ୧୧ଟା ୨୦ ରୁ ୧୧ଟା ୫୦ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ରହି ମହାପ୍ରଭୁଙ୍କ ଦର୍ଶନ କରିବେ। ମଧ୍ୟାହ୍ନ ୧୨ଟା ୧୦ ରୁ ୧ଟା ପର୍ଯ୍ୟନ୍ତ ହୀରକ ଜୟନ୍ତୀ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି। ପରେ ପୁରୀ ରାଜଭବନରେ ବିଶ୍ରାମ ନେବା ପରେ ଅପରାହ୍ନ ୩ଟା ୨୦ ରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

The post ଆସନ୍ତା ୨୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ appeared first on .