ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା, ରାଜ୍ୟରେ ଜାରି ରହିବ ବଜ୍ରପାତ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବଜ୍ରପାତ ବର୍ଷା। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ... The post ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା, ରାଜ୍ୟରେ ଜାରି ରହିବ ବଜ୍ରପାତ ବର୍ଷା appeared first on .

ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା, ରାଜ୍ୟରେ ଜାରି ରହିବ ବଜ୍ରପାତ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବଜ୍ରପାତ ବର୍ଷା। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଏବଂ କୁଆପଥର ବୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରଚଣ୍ଡ ବଜ୍ରପାତ ସହ ପ୍ରବଳ ବର୍ଷା ଏବଂ କୁଆପଥର ବୃଷ୍ଟି ନେଇ ୪ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସହ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବା ଏନେଇ ସତର୍କତା ଜାରି କରାଯାଇଛି।

ସେହିଭଳି ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ନୟାଗଡ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ଦେବଗଡ, ସମ୍ବଲପୁର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୩୦ ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବା ସହ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। କାଲି ବଜ୍ରପାତ ନେଇ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବାଂଲାଦେଶ ଠାରୁ ଓଡ଼ିଶା ମଧ୍ୟ ଦେଇ ଏକ ନିମ୍ନଚାପରେଖା ତେଲେଙ୍ଗାନା ପର୍ଯ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବଜ୍ରପାତ ଜାରି ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି। ବର୍ଷା ପ୍ରଭାବରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହୋଇ ନଥିବା ବେଳେ ପଶ୍ଚିମ ଓଡ଼ିଶାର ଜିଲ୍ଲା ଗୁଡିକରେ ତାପମାତ୍ରା ୩୩ ରୁ ୩୫ ଡିଗ୍ରୀ ମଧ୍ୟରେ ରହୁଛି।

The post ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା, ରାଜ୍ୟରେ ଜାରି ରହିବ ବଜ୍ରପାତ ବର୍ଷା appeared first on .