ଆସନ୍ତା ୩୧ରେ ୪ ଜିଲ୍ଲା ଗସ୍ତ କରିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ନନ୍ଦିଘୋଷ ବ୍ୟୁରୋ: କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ବୁଝିବେ ନବୀନ। ଆସନ୍ତା ୩୧ରେ ୪ ଜିଲ୍ଲା ଗସ୍ତ କରିବେ ବିରୋଧୀ ଦଳ... The post ଆସନ୍ତା ୩୧ରେ ୪ ଜିଲ୍ଲା ଗସ୍ତ କରିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ appeared first on .
ନନ୍ଦିଘୋଷ ବ୍ୟୁରୋ: କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ବୁଝିବେ ନବୀନ। ଆସନ୍ତା ୩୧ରେ ୪ ଜିଲ୍ଲା ଗସ୍ତ କରିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଫସଲହାନି ନେଇ ୪ ଜିଲ୍ଲା ବୁଲିବେ ନବୀନ। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲା ବୁଲି ଚାଷୀଙ୍କ ସହ କଥା ହେବେ ନବୀନ। ଏହି ଗସ୍ତବେଳେ ସେ ଫସଲହାନି ସ୍ଥିତି ଅନୁଧ୍ୟାନ କରିବେ। ପୁରୀ ଜିଲ୍ଲାର ସତ୍ୟବାଦୀରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସେ ଭେଟିବେ। ଜଗତସିଂହପୁର ଜିଲ୍ଲା ବାହାରଣା ପଞ୍ଚାୟତର ରତିସିଂହା ଯାଇ ସେଠାରେ ଚାଷୀଙ୍କ ସହ ଆଲୋଚନା କରିବେ। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ଦୋସିଆ ଚାଷୀଙ୍କୁ ବି ଭେଟିବେ ନବୀନ। କଟକ ସାଲେପୁରରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସେ ଭେଟିବା ସହ ଫସଲ କ୍ଷୟକ୍ଷତି ନେଇ ଅଧିକାରୀଙ୍କ ସହ ସମୀକ୍ଷା କରିବେ। ଆସନ୍ତାକାଲି ବୁଲିବେ ଗଞ୍ଜାମ ଜିଲ୍ଲାର କବିସୂର୍ଯ୍ୟନଗର, ଆସିକା ଓ ହିଞ୍ଜିଳି ଅଞ୍ଚଳ ।
The post ଆସନ୍ତା ୩୧ରେ ୪ ଜିଲ୍ଲା ଗସ୍ତ କରିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ appeared first on .