ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ଯରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା
ନନ୍ଦିଘୋଷ ବ୍ୟୁରୋ: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ଯରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ଦକ୍ଷିଣ ବାଂଲାଦେଶ... The post ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ଯରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା appeared first on .
ନନ୍ଦିଘୋଷ ବ୍ୟୁରୋ: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ଯରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ଦକ୍ଷିଣ ବାଂଲାଦେଶ ଓ ପାଶ୍ୱବର୍ତୀ ଅଂଚଳରେ ଘୂର୍ଣ୍ଣିବଳୟ ସକ୍ରୀୟ ରହିଛି। ଏନେଇ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଭଦ୍ରକ କେନ୍ଦ୍ରାପଡା ଓ ଜଗତସିଂପୁରକୁ ୟେଲୋ ଓ୍ବାର୍ଣ୍ଣି ଜାରି କରିଛି ବିଭାଗ। ତା ସହିତ କେନ୍ଦୁଝର , ଦେଓଗଡ ସମ୍ବଲପୁର ଝାରସୁଗୁଡା ବରଗଡ଼ ସୋନପୁର ରାୟଗଡା କୋରାପୁଟ ନବରଙ୍ଗପୁର କଳାହାଣ୍ଡି ଗଜପତି ଅନୁଗୁଳ ଢେଙ୍କାନାଳ ବୌଦ୍ଧ , କଟକ, ଖୋର୍ଦ୍ଧା ପୁରୀ , ନବରଙ୍ଗପୁର ଯାଜପୁରରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ।୧୮ ତାରିଖ ପରେ ବର୍ଷାର ପରିମାଣ ସାମାନ୍ୟ କମିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୪୮.୩ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଏବେବି ୧୧ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୩ ଜିଲ୍ଲାରେ ସ୍ଵଭାଵିକଠୁ ଅଧିକ ବର୍ଷା ରହିଥିବାବେଳେ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି। ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ଵର୍ଷା ସହ ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ରାୟଗଡାରେ ସର୍ବାଧିକ ବର୍ଷା ୧୦୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
The post ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ଯରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା appeared first on .