ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ମା’ମାନଙ୍କୁ ଯୋଗାଇ ଦିଆଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ୭୦ ଲକ୍ଷ ସୟଂ ସହାୟକ ଗୋଷ୍ଠି ମା’ ମାନଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ଋଣ ବ୍ୟବସ୍ଥା, ମିଶନ ଶକ୍ତି ମା’ ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ସହାୟତା ଏବଂ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ […]

ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ମା’ମାନଙ୍କୁ ଯୋଗାଇ ଦିଆଯିବ : ମୁଖ୍ୟମନ୍ତ୍ରୀ
75 thousand crore rupees bank loans will be provided to mothers in the next 5 years: Chief Minister

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ୭୦ ଲକ୍ଷ ସୟଂ ସହାୟକ ଗୋଷ୍ଠି ମା’ ମାନଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ଋଣ ବ୍ୟବସ୍ଥା, ମିଶନ ଶକ୍ତି ମା’ ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ସହାୟତା ଏବଂ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ମୋର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ। ମା’ ମାନଙ୍କ ସମ୍ମାନ ଓ ଉନ୍ନତି ପାଇଁ ମୋ ସରକାର ନିରନ୍ତର ଭାବେ କାମ କରିଚାଲିଛି। ସେ ଆହୁରି ମଧ୍ୟ କହିଥିଲେ ଯେ ଏକ ସ୍ୱତନ୍ତ୍ର ଜୀବିକା ଅର୍ଜନ ପଦକ୍ଷେପ ମାଧ୍ୟମରେ ମିଶନ ଶକ୍ତି ମା’ ମାନଙ୍କୁ ୮ ହଜାର କୋଟି ଟଙ୍କାର ସରକାରୀ ବିଜିନେସ୍ ସହାୟତା ଯୋଗାଇ ଦିଆଯାଇଅଛି। ମା’ ମାନେ ଏବେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ପାର୍ଟନର ହୋଇଛନ୍ତି। ନୂଆ ଓଡିଶା ଗଠନରେ ସାମିଲ ହୋଇଛନ୍ତି। ଆଜି ମିଶନ ଶକ୍ତି ମା’ ମାନଙ୍କର ଭଲ କାମ ଦେଶ ବିଦେଶରେ ପହଞ୍ଚି ପାରିଛି। ସ୍ୱୟଂ ସହାୟକ ଗୋଷ୍ଠିର ମା’ ମାନେ ଦୁବାଇ ଓ ସିଙ୍ଗାପୁରକୁ ପରିଦର୍ଶନ କରି ସେଠାରୁ ବହୁତ କିଛି ନୂତନ ଉତ୍ପାଦ ବିଷୟରେ ଜାଣିପାରୁଥିବାରୁ ଖୁସି ବ୍ୟକ୍ତ କରି କହିଥିଲେ ଯେ ଆଗକୁ ଅଧିକରୁ ଅଧିକ ମା’ ମାନେ ବିଦେଶ ଯିବେ।

ସ୍ୱୟଂ ସହାୟକ ଗୋଷ୍ଠିର ମା’ ମାନେ SHG ରୁ SME ଆଡକୁ ଆଗଉଥିବାର ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ସ୍ୱୟଂ ସହାୟକ ଗୋଷ୍ଠିର ମା’ ମାନେ କର୍ପୋରେଟ୍ ଜଗତ ସହ ଯୋଡି ହୋଇଛନ୍ତି। ବିଜିନେସ୍‌ କରିବା ପାଇଁ ଆଗଉଛନ୍ତି। ସେଥିପାଇଁ ରାଜ୍ୟର ୭୦ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠିର ସଦସ୍ୟା ଓ ୧.୫ ଲକ୍ଷ ଏସ.ଏଚ୍.ଜି. ଲିଡର ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ପାଇଁ ୭୩୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି।

ସେ ଆହୁରି ମଧ୍ୟ କହିଥିଲେ ଯେ ମିଶନ ଶକ୍ତି ମା’ ମାନଙ୍କ ଦ୍ୱାରା ତିଆରି ଜିନିଷର ବିକ୍ରି ପାଇଁ ମିଶନ ଶକ୍ତି ବଜାର କରାଯାଉଛି। ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ମିଶନ ଶକ୍ତି ବଜାର ଆଜି ଖୋଲାଯିବ। ଆସନ୍ତା ୫ ବର୍ଷ ମଧ୍ୟରେ ସମଗ୍ର ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଓ Retail Outlet ଖୋଲାଯିବ। ଚଳିତ ବର୍ଷ ମିଶନ ଶକ୍ତି ମା’ ମାନେ ୧୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ପାଇଛନ୍ତି। ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ମା’ ମାନଙ୍କୁ ଯୋଗାଇ ଦିଆଯିବ । ଏଣିକି ଓଡିଶାର ମା’ ମାନେ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ନେଇପାରିବେ ଏବଂ ସମସ୍ତ ସୁଧ ରାଜ୍ୟ ସରକାର ଫେରସ୍ତ କରିବେ । ଏହା ଦ୍ୱାରା ମା’ ମାନଙ୍କର ଲକ୍ଷ ଲକ୍ଷ ଟଙ୍କା ସଞ୍ଚୟ ହେବ । ଆଜି ମିଶନ ଶକ୍ତି ମା’ ମାନେ ଓଡିଶାର ରୂପାନ୍ତରରେ ଯୋଗଦାନ ଦେଉଛନ୍ତି ବୋଲି ସେ କହିଥିଲେ।

ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫ ଓ ଫେଡେରେସନ ଲିଡର ମାନେ ବହୁତ ଭଲ କାମ କରୁଛନ୍ତି ବୋଲି ପ୍ରଶଂସା କରି ଖୁବ୍‌ ଶୀଘ୍ର ସେମାନେ ଖୁସି ଖବର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ କରି ବରଗଡ ଜିଲ୍ଲା ମା’ ଯମୁନା ଏସ୍.ଏଚ୍.ଜି. ଓ ଗଂଜାମ ଜିଲ୍ଲା ମା’ ବିମଳା ଏସ୍‌.ଏଚ୍‌.ଜି.କୁ ଚେକ୍‌ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଯୋଗଦେଇ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ମହିଳା ସଶକ୍ତିକରଣ ନିମନ୍ତେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧାତା ମିଶନ ଶକ୍ତି ମା’ମାନଙ୍କୁ ସ୍ୱତନ୍ତ୍ର ପରିଚୟ ଦେଇଛି। ଏସ୍.ଏଚ.ଜି ସ୍ତରରେ ମହିଳା ନେତୃତ୍ୱାଧିନ ଉଦ୍ୟୋଗଗୁଡିକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ବିନା ସୁଧରେ ଋଣ ବ୍ୟବସ୍ଥା ମା’ମାନଙ୍କୁ ଅହୁରି ଅଧିକ ସଶକ୍ତ କରିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ମିଶନ ଶକ୍ତି ଉପଦେଷ୍ଟା ଲୋପାମୁଦ୍ରା ବକ୍ସି ପାତ୍ର, ଗିତାଞ୍ଜଳୀ ବସ୍ତିଆ, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦିପ କୁମାର ଜେନା ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇ ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନ କହିଥିଲେ ଯେ ବିନା ସୁଧରେ ଋଣ ବ୍ୟବସ୍ଥା ମା’ମାନଙ୍କ ହାତମୁଠାକୁ ଟାଣ କରିବା ସହିତ ଆର୍ଥିକ କ୍ଷେତ୍ରରେ ସେମାନଙ୍କୁ ଅଧିକ ସଶକ୍ତ କରିଛି। ମିଶନ ଶକ୍ତି ମା’ମାନେ ଆଜି exposure visit ରେ ଯାଉଛନ୍ତି । ଆଜି ଓଡିଶାର ରୂପାନ୍ତରରେ ମା’ମାନଙ୍କର ଏକ ପଦ ଚିହ୍ନ ଅଧିକ ସ୍ପଷ୍ଟ ହୋଇଯାଉଛି ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲାର ଏସ୍.ଏଚ.ଏଜି. ଲିଡର କେତକୀ ବେହେରା ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଆମ ମା’ ମାନଙ୍କୁ ବହୁତ ସମ୍ମାନ ଦେଉଛନ୍ତି। ଆମକୁ ହାଣ୍ଡିଶାଳରୁ ବାହାର କରି ଦୁବାଇ ଓ ସିଙ୍ଗାପୁର ବୁଲାଇଲେ। ରାଜ୍ୟର ୭୦ ଲକ୍ଷ ମା’ ମାନଙ୍କ ସମ୍ମାନାର୍ଥେ ୟୁନିଫର୍ମ ଓ ବ୍ଲେଜର ବ୍ୟବସ୍ଥା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସେ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ମିଶନ ଶକ୍ତିର ବହୁସଂଖ୍ୟକ ମା’ମାନେ ଯୋଗ ଦେଇଥିଲେ।