ଆସନ୍ତାକାଲି ଅନୁଷ୍ଠିତ ହେବ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ : ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ତେଣୁ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ଏହି ସୂଚନା ଦିଆଯାଇଛି। ମହାପ୍ରଭୁଙ୍କର ବନକଲାଗି ନୀତି ପାଇଁ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। […] The post ଆସନ୍ତାକାଲି ଅନୁଷ୍ଠିତ ହେବ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ appeared first on KNews Odisha.

ପୁରୀ : ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ତେଣୁ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ଏହି ସୂଚନା ଦିଆଯାଇଛି।
ମହାପ୍ରଭୁଙ୍କର ବନକଲାଗି ନୀତି ପାଇଁ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ । ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇଥାଏ । ଏହାପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ।
The post ଆସନ୍ତାକାଲି ଅନୁଷ୍ଠିତ ହେବ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ appeared first on KNews Odisha.