ଆସନ୍ତାକାଲି ଓ ୨୨ ତାରିଖରେ କେନ୍ଦ୍ରାପଡାରେ ମଦ ବିକ୍ରି ବନ୍ଦ

କେନ୍ଦ୍ରାପଡା : ଆସନ୍ତାକାଲି ଅର୍ଥାତ ଜାନୁଆରୀ ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡା ଜିଲ୍ଲାରେ ମଦ ବିକ୍ରି ବନ୍ଦ ରହିବ। ଜିଲ୍ଲାର ସମସ୍ତ ଠିପିଖୋଲା, ଠିପି ବନ୍ଦ, ତାଡି, ଦେଶୀ ମଦ ଦୋକାନ ବନ୍ଦ ରଖିବାକୁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି। ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନ ଓ ରାମମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି ।ବିଭିନ୍ନ ସ୍ଥାନରେ ଭିଡ ଓ ଆଧ୍ୟାତ୍ମିକ ସମାଗମକୁ ଦୃଷ୍ଟିରେ ରଖି ଆଇନ […]

ଆସନ୍ତାକାଲି ଓ ୨୨ ତାରିଖରେ କେନ୍ଦ୍ରାପଡାରେ ମଦ ବିକ୍ରି ବନ୍ଦ
All liquor shops to remain closed in Kendrapara district on January 17 & January 22

କେନ୍ଦ୍ରାପଡା : ଆସନ୍ତାକାଲି ଅର୍ଥାତ ଜାନୁଆରୀ ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡା ଜିଲ୍ଲାରେ ମଦ ବିକ୍ରି ବନ୍ଦ ରହିବ। ଜିଲ୍ଲାର ସମସ୍ତ ଠିପିଖୋଲା, ଠିପି ବନ୍ଦ, ତାଡି, ଦେଶୀ ମଦ ଦୋକାନ ବନ୍ଦ ରଖିବାକୁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି। ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନ ଓ ରାମମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି ।ବିଭିନ୍ନ ସ୍ଥାନରେ ଭିଡ ଓ ଆଧ୍ୟାତ୍ମିକ ସମାଗମକୁ ଦୃଷ୍ଟିରେ ରଖି ଆଇନ ଶୃଙ୍ଖଳା ରକ୍ଷା ସହ ଶାନ୍ତି ସୌହାର୍ଦ୍ଦ ବଜାୟ ରଖିବା ପାଇଁ ଓଡିଶା ଅବକାରୀ ଆଇନ ୨୦୦୮ର ସେକ୍ସନ ୨୬(୧) ଆଧାରରେ ମଦ ଦୋକାନ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଭବ୍ୟ ଲୋକାର୍ପଣ ଉତ୍ସବ ପାଇଁ ଜାନୁଆରୀ ୧୭ ଅର୍ଥାତ ଆସନ୍ତାକାଲି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ପୁରୀରେ ପରିକ୍ରମା ପ୍ରକଳ୍ପକୁ ଲୋକାର୍ପଣ କରିବେ। ରାଜ୍ୟ ସରକାର ମଧ୍ୟ ଆସନ୍ତାକାଲି (ଜାନୁଆରି ୧୭ ତାରିଖ ବୁଧବାର) ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ପୂର୍ବରୁ ଘୋଷଣା କରିଛନ୍ତି।

ଅନ୍ୟପଟେ ଆସନ୍ତା ୨୨ରେ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେଉଛି। ୫୦୦ ବର୍ଷର ଦୀର୍ଘ ପ୍ରତୀକ୍ଷା ପରେ ଏବେ ରାମ ମନ୍ଦିର ପ୍ରତିଷ୍ଠା ହେବାକୁ ଯାଉଛି। ଏହି ଶୁଭ ଏବଂ ଐତିହାସିକ ମୁହୂର୍ତ୍ତକୁ ସାରା ଦେଶ ଅପେକ୍ଷା କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୨୨ରେ ରାମ ମନ୍ଦିର ପ୍ରତିଷ୍ଠା କରିବେ।