ଆସନ୍ତାକାଲି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି

ପୁରୀ :  ଆସନ୍ତାକାଲିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି। ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ରତ୍ନ ଭଣ୍ଡାର ମରାମତି ହେବ । ଏହି ସମୟରେ ଶ୍ରଦ୍ଧାଳୁମାନେ ବାହାର କାଠ ନିକଟରେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ମହାପ୍ରଭୁଙ୍କ ନୀତିକାନ୍ତିରେ ବାଧା ସୃଷ୍ଟି ନକରି ଏଏସଆଇ କରିବ ମରାମତି l ପ୍ରତିଦିନ ଦ୍ୱିତୀୟ ଭୋଗମଣ୍ଡପ ପରେ ନିର୍ଦ୍ଧାରିତ ନୀତିନିର୍ଘଣ୍ଟ ଅନୁଯାୟୀ ପ୍ରାୟ ୫ ଘଣ୍ଟା ମରାମତି କାମ କରାଯିବ । ଦିନ ୧୨ଟା ୩୦ କିମ୍ବା ଅପରାହ୍ […] The post  ଆସନ୍ତାକାଲି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି appeared first on KNews Odisha.

 ଆସନ୍ତାକାଲି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି
ratnabhandar1

ପୁରୀ :  ଆସନ୍ତାକାଲିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି। ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ରତ୍ନ ଭଣ୍ଡାର ମରାମତି ହେବ । ଏହି ସମୟରେ ଶ୍ରଦ୍ଧାଳୁମାନେ ବାହାର କାଠ ନିକଟରେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ମହାପ୍ରଭୁଙ୍କ ନୀତିକାନ୍ତିରେ ବାଧା ସୃଷ୍ଟି ନକରି ଏଏସଆଇ କରିବ ମରାମତି l ପ୍ରତିଦିନ ଦ୍ୱିତୀୟ ଭୋଗମଣ୍ଡପ ପରେ ନିର୍ଦ୍ଧାରିତ ନୀତିନିର୍ଘଣ୍ଟ ଅନୁଯାୟୀ ପ୍ରାୟ ୫ ଘଣ୍ଟା ମରାମତି କାମ କରାଯିବ । ଦିନ ୧୨ଟା ୩୦ କିମ୍ବା ଅପରାହ୍ ଣ ଗୋଟାଏ ପରଠାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ପାଖାପାଖି ମରାମତି କାର୍ଯ୍ୟ କରିବ ଏଏସଆଇ।

ପ୍ରଥମେ ଲୁହାଭାରା ବନ୍ଧାଯିବା ପରେ ଡି ପ୍ଲାଷ୍ଟରିଂ ଓ ଏହା ପରେ ପୁରୁଣା ଲୁହା ବିମ୍ ଏବଂ ପଥର ମରାମତି କାର୍ଯ୍ୟ କରାଯିବ। ଉଭୟ ବାହାର ଓ ଭିତର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ କରାଯିବ। ସେପଟେ ରତ୍ନଭଣ୍ଡାର ମରାମତି କାର୍ଯ୍ୟକୁ ଆଗାମୀ ୫ଶହ ବର୍ଷକୁ ଦୃଷ୍ଟିରେ ରଖି ଉନ୍ନତ ଜ୍ଞାନକୌଶଳ ଦ୍ବାରା ମରାମତି କରିବାକୁ ମତ ରଖିଛନ୍ତି ସେବାୟତ।

The post  ଆସନ୍ତାକାଲି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି appeared first on KNews Odisha.