ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି

ଭୁବନେଶ୍ବର : ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଆସନ୍ତାକାଲିଠୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ... The post ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି appeared first on .

ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି

ଭୁବନେଶ୍ବର : ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଆସନ୍ତାକାଲିଠୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଆସନ୍ତାକାଲିଠୁ ଛୁଟି ଘୋଷଣା କରିଛନ୍ତି । ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି।

The post ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି appeared first on .