ଆସନ୍ତାକାଲି ଭୁବନେଶ୍ୱରରେ ମୋଦି କରିବେ ରୋଡ ଶୋ’, ଦିନ ୨ଟାରୁ ଏହି ରାସ୍ତାରେ ଗାଡି ଚଳାଚଳ କରିବନି

ଭୁବନେଶ୍ୱର,୯।୫: ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଏକ ରୋଡ ଶୋ’ କରିବେ। ରାତି ସାଢେ ୮ଟାରୁ ଭାଜପା ପାର୍ଟି ଅଫିସରୁ ଏହି ରୋଡ ଶୋ’ ବାହାରି ବାଣୀବିହାର ପର୍ଯ୍ୟନ୍ତ ଯିବ। ସେଥିପାଇଁ ମାଷ୍ଟରକ୍ୟାଣ୍ଟିନ୍‌ରୁ ବାଣୀବିହାର ପର୍ଯ୍ୟନ୍ତ ଟ୍ରାଫିକ କଟକଣା କରାଯାଇଛି। ତେବେ ଶୁକ୍ରବାର ଅପରାହ୍ନ ୨ଟାରୁ ରୋଡ ଶୋ’ ସରିବା ଯାଏ ଜନପଥରେ ଗାଡି ଚଳାଚଳ ଉପରେ କଟକଣା ଲଗାଯାଇଛି। ଏହା ସହିତ […] The post ଆସନ୍ତାକାଲି ଭୁବନେଶ୍ୱରରେ ମୋଦି କରିବେ ରୋଡ ଶୋ’, ଦିନ ୨ଟାରୁ ଏହି ରାସ୍ତାରେ ଗାଡି ଚଳାଚଳ କରିବନି appeared first on Dharitri Odia News.

ଆସନ୍ତାକାଲି ଭୁବନେଶ୍ୱରରେ ମୋଦି କରିବେ ରୋଡ ଶୋ’, ଦିନ ୨ଟାରୁ ଏହି ରାସ୍ତାରେ ଗାଡି ଚଳାଚଳ କରିବନି

ଭୁବନେଶ୍ୱର,୯।୫: ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଏକ ରୋଡ ଶୋ’ କରିବେ। ରାତି ସାଢେ ୮ଟାରୁ ଭାଜପା ପାର୍ଟି ଅଫିସରୁ ଏହି ରୋଡ ଶୋ’ ବାହାରି ବାଣୀବିହାର ପର୍ଯ୍ୟନ୍ତ ଯିବ। ସେଥିପାଇଁ ମାଷ୍ଟରକ୍ୟାଣ୍ଟିନ୍‌ରୁ ବାଣୀବିହାର ପର୍ଯ୍ୟନ୍ତ ଟ୍ରାଫିକ କଟକଣା କରାଯାଇଛି। ତେବେ ଶୁକ୍ରବାର ଅପରାହ୍ନ ୨ଟାରୁ ରୋଡ ଶୋ’ ସରିବା ଯାଏ ଜନପଥରେ ଗାଡି ଚଳାଚଳ ଉପରେ କଟକଣା ଲଗାଯାଇଛି। ଏହା ସହିତ ଜନପଥକୁ ସଂଯୋଗ କରୁଥିବା କୌଣସି ଗଳିରୁ ଗାଡିଗୁଡିକୁ ରାସ୍ତାକୁ ଛଡାଯିବନି।

The post ଆସନ୍ତାକାଲି ଭୁବନେଶ୍ୱରରେ ମୋଦି କରିବେ ରୋଡ ଶୋ’, ଦିନ ୨ଟାରୁ ଏହି ରାସ୍ତାରେ ଗାଡି ଚଳାଚଳ କରିବନି appeared first on Dharitri Odia News.