ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଚୈତ୍ର ଶୁକ୍ଳ ଦ୍ୱିତୀୟା ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର […]

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ
Banakalagi Niti Of Lord Jagannath To Be Held Tomorrow

ପୁରୀ: ଆସନ୍ତାକାଲି ଚୈତ୍ର ଶୁକ୍ଳ ଦ୍ୱିତୀୟା ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।