ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ନିଳାଦ୍ରୀ ମହୋଦୟ ନୀତି
ପୁରୀ: ବୁଧବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ନିଳାଦ୍ରୀ ମହୋଦୟ ନୀତି । ବୈଶାଖ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ବ୍ରହ୍ମାଙ୍କ ଦ୍ଵାରା... The post ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ନିଳାଦ୍ରୀ ମହୋଦୟ ନୀତି appeared first on .
ପୁରୀ: ବୁଧବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ନିଳାଦ୍ରୀ ମହୋଦୟ ନୀତି । ବୈଶାଖ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ବ୍ରହ୍ମାଙ୍କ ଦ୍ଵାରା ଶ୍ରୀମନ୍ଦିର ପ୍ରତିଷ୍ଠା ହୋଇଥିବା ବେଳେ ରତ୍ନ ସିଂହାସନରେ ଚତୁର୍ଦ୍ଧା ମୁର୍ତ୍ତୀ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥିଲେ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଥିବା ପ୍ରମୁଖ ଯାତ୍ରା ମଧ୍ୟରୁ ନିଳାଦ୍ରୀ ମହୋଦୟ ଅନ୍ୟତମ ପ୍ରମୁଖ ଯାତ୍ରା ହୋଇଥିବାରୁ ବିଶେଷ ନୀତି ଅନୁଷ୍ଠିତ ହେବ ।ସକାଳ ଧୂପ ପରେ ଆଲଟ ଲାଗି ନୀତି ଶେଷ କରାଯାଇ ଅଧିବାସ ହୋଇ ରହିଥିବା ୧୦୮ ଗଡୁ ଜଳକୁ ରତ୍ନ ସିଂହାସନ ନିକଟକୁ ଅଣାଯିବ । ପୂଜାପଣ୍ଡା ସେବକ ମାନେ ଅଧିବାସ ଜଳକୁ ସଂସ୍କାର କରିବା ପରେ ମହାପ୍ରଭୁଙ୍କ ସମ୍ମୁଖରେ ଦର୍ପଣ ରଖାଯାଇ ମହାସ୍ନାନ ନୀତି କରାଯିବ । ପରେ ନୂଆ ବସ୍ତ୍ର ଲାଗି ହେବାସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ସେବକଙ୍କ ଦ୍ୱାରା ବିଶେଷ ନୀତି କରାଯିବ । ସ୍କନ୍ଦ ପୁରାଣ ଅନୁସାରେ ନିଳାଦ୍ରୀ ମହୋଦୟ ଦିବସରେ ମହାପ୍ରଭୁଙ୍କୁ ସ୍ମରଣ ଓ ପୂଜା ପାଠ କଲେ ଅଶେଷ ପୂଣ୍ଯ ମିଳିବା ସହ କୋଟି ଜନ୍ମର ପାପରୁ ମୁକ୍ତି ମିଳିଥାଏ ବୋଲି ବିଶ୍ୱାସ ରହିଛି ।
The post ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ନିଳାଦ୍ରୀ ମହୋଦୟ ନୀତି appeared first on .