ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି । ୪ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ

କନକ ବ୍ୟୁରୋ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ […] The post ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି । ୪ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ first appeared on Kanak News.

ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି । ୪ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ

କନକ ବ୍ୟୁରୋ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ପ୍ରାୟ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

The post ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି । ୪ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ first appeared on Kanak News.