ଆସନ୍ତାକାଲି ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨ା୮: ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୫ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପକ୍ଷରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ପରିସ୍ଥିତି ଜାରି ରହିଛି। ଗତ ଜୁନ୍‍ ପହିଲାରୁ ଆଜି ପର୍ଯ୍ୟନ୍ତ ସ୍ୱାଭାବିକ ବର୍ଷାଠାରୁ ୯ ପ୍ରତିଶତ କମ୍‍ […] The post ଆସନ୍ତାକାଲି ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା appeared first on Dharitri Odia News.

ଆସନ୍ତାକାଲି ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨ା୮: ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୫ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

ଅନ୍ୟପକ୍ଷରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ପରିସ୍ଥିତି ଜାରି ରହିଛି। ଗତ ଜୁନ୍‍ ପହିଲାରୁ ଆଜି ପର୍ଯ୍ୟନ୍ତ ସ୍ୱାଭାବିକ ବର୍ଷାଠାରୁ ୯ ପ୍ରତିଶତ କମ୍‍ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ୧୦ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

https://www.youtube.com/watch?v=AOaHY3Yn4TA

The post ଆସନ୍ତାକାଲି ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା appeared first on Dharitri Odia News.