ଆସନ୍ତାକାଲି ୪ ଜିଲ୍ଲା ଗସ୍ତ କରିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ଭୁବନେଶ୍ବର : କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ବୁଝିବେ ନବୀନ। ଆସନ୍ତାକାଲି ୪ ଜିଲ୍ଲା ଗସ୍ତ କରିବେ ବିରୋଧୀ ଦଳ ନେତା... The post ଆସନ୍ତାକାଲି ୪ ଜିଲ୍ଲା ଗସ୍ତ କରିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ appeared first on .
ଭୁବନେଶ୍ବର : କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ବୁଝିବେ ନବୀନ। ଆସନ୍ତାକାଲି ୪ ଜିଲ୍ଲା ଗସ୍ତ କରିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଫସଲହାନି ସ୍ଥିତିର ସମୀକ୍ଷା ଲାଗି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲା ବୁଲି ଚାଷୀଙ୍କ ସହ କଥା ହେବେ ନବୀନ। ପୁରୀ ଜିଲ୍ଲାର ସତ୍ୟବାଦୀରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସେ ଭେଟିବେ। ଜଗତସିଂହପୁର ଜିଲ୍ଲା ବାହାରଣା ପଞ୍ଚାୟତର ରତିସିଂହା ଯାଇ ସେଠାରେ ଚାଷୀଙ୍କ ସହ ଆଲୋଚନା କରିବେ। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ଦୋସିଆ ଚାଷୀଙ୍କୁ ବି ଭେଟିବେ ନବୀନ। କଟକ ସାଲେପୁରରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସେ ଭେଟିବା ସହ ଫସଲ କ୍ଷୟକ୍ଷତି ନେଇ ଅଧିକାରୀଙ୍କ ସହ ସମୀକ୍ଷା କରିବେ।
The post ଆସନ୍ତାକାଲି ୪ ଜିଲ୍ଲା ଗସ୍ତ କରିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ appeared first on .