ଆସନ୍ତାକାଲିଠୁ କୃଷି ଓଡ଼ିଶା-୨୦୨୫ ଆରମ୍ଭ, ଯୋଗ ଦେବେ ୧୦ ହଜାର କୃଷକ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଆସନ୍ତା କାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଭୁବନେଶ୍ୱର ବରମୁଣ୍ଡା, ବିଜୁପଟ୍ଟନାୟକ ଖେଳ ପଡ଼ିଆରେ “କୃଷି ଓଡ଼ିଶା - ୨୦୨୫”ର ଆୟୋଜନ ହେବାକୁ ଯାଉଛି । ଏହି ସମାରୋହ ଆସନ୍ତାକାଲି ଦିନ ୧୧ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଉଦଘାଟନ ହେବ । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉଦବୋଧନ ଦେବେ । ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୧୦ ହଜାର କୃଷକ ଯୋଗ ଦେବେ। କୃଷି ଓଡ଼ିଶା-୨୦୨୫ ର ବିଷୟବସ୍ତୁ ରହିଛି “ଚିରନ୍ତନ ଖାଦ୍ୟ ପ୍ରଣାଳୀ ପାଇଁ ଏକ ପ୍ରୟାସ” । ପ୍ରଥମଦିନର ବିଷୟବସ୍ତୁ ରହିବ ଜଳବାୟୁ ଉପଯୋଗୀ ଖାଦ୍ୟ ପଦ୍ଧତି ଓ ଜଳବାୟୁ ତ୍ୱରିତ ଉଦ୍ୟାନକୃଷି । ଦ୍ୱିତୀୟ ଦିବସ ମୃତ୍ତିକା ସ୍ୱାସ୍ଥ୍ୟ, ପ୍ରାକୃତିକ କୃଷି ଓ ଏହାର ମୂଲ୍ୟଶୃଙ୍ଖଳା ଏବଂ ତୃତୀୟ ଦିବସର ବିଷୟ ହେଉଛି ପାଣି ପଞ୍ଚାୟତ ପକ୍ଷ ପାଳନ ସହିତ ଧାରାବାହିକ ଜଳ ଶାସନ ନୀତି ।Also read: ଶୀତ କାକରରେ ମଣ୍ଡିରେ ପଡ଼ିଛି ଧାନ, ଜରି ଅଖାରେ ଭର୍ତ୍ତିକରି ଦେଲେ ନେଉନାହାନ୍ତି ମିଲରଓଡ଼ିଶାରେ ପୋଷଣଯୁକ୍ତ ଖାଦ୍ୟ ପଦ୍ଧତି ସହିତ ସ୍ଥାନୀୟ ଅର୍ଥନୀତିକୁ ସଶକ୍ତ କରିବା ସହିତ ଉଭୟ ପରିବେଶ ଓ ସ୍ୱାସ୍ଥ୍ୟ ମଧ୍ୟରେ ସମନ୍ୱୟ ରକ୍ଷା କରିବା ଏହାର ମୂଳ ଲକ୍ଷ୍ୟ । ପାରସ୍ପରିକ ସଂଯୁକ୍ତ ଲକ୍ଷ୍ୟ ମ

ଆସନ୍ତାକାଲିଠୁ କୃଷି ଓଡ଼ିଶା-୨୦୨୫ ଆରମ୍ଭ, ଯୋଗ ଦେବେ ୧୦ ହଜାର କୃଷକ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଆସନ୍ତା କାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଭୁବନେଶ୍ୱର ବରମୁଣ୍ଡା, ବିଜୁପଟ୍ଟନାୟକ ଖେଳ ପଡ଼ିଆରେ “କୃଷି ଓଡ଼ିଶା - ୨୦୨୫”ର ଆୟୋଜନ ହେବାକୁ ଯାଉଛି । ଏହି ସମାରୋହ ଆସନ୍ତାକାଲି ଦିନ ୧୧ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଉଦଘାଟନ ହେବ । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉଦବୋଧନ ଦେବେ । ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୧୦ ହଜାର କୃଷକ ଯୋଗ ଦେବେ। 

କୃଷି ଓଡ଼ିଶା-୨୦୨୫ ର ବିଷୟବସ୍ତୁ ରହିଛି “ଚିରନ୍ତନ ଖାଦ୍ୟ ପ୍ରଣାଳୀ ପାଇଁ ଏକ ପ୍ରୟାସ” । ପ୍ରଥମଦିନର ବିଷୟବସ୍ତୁ ରହିବ ଜଳବାୟୁ ଉପଯୋଗୀ ଖାଦ୍ୟ ପଦ୍ଧତି ଓ ଜଳବାୟୁ ତ୍ୱରିତ ଉଦ୍ୟାନକୃଷି । ଦ୍ୱିତୀୟ ଦିବସ ମୃତ୍ତିକା ସ୍ୱାସ୍ଥ୍ୟ, ପ୍ରାକୃତିକ କୃଷି ଓ ଏହାର ମୂଲ୍ୟଶୃଙ୍ଖଳା ଏବଂ ତୃତୀୟ ଦିବସର ବିଷୟ ହେଉଛି ପାଣି ପଞ୍ଚାୟତ ପକ୍ଷ ପାଳନ ସହିତ ଧାରାବାହିକ ଜଳ ଶାସନ ନୀତି ।

Also read: ଶୀତ କାକରରେ ମଣ୍ଡିରେ ପଡ଼ିଛି ଧାନ, ଜରି ଅଖାରେ ଭର୍ତ୍ତିକରି ଦେଲେ ନେଉନାହାନ୍ତି ମିଲର

ଓଡ଼ିଶାରେ ପୋଷଣଯୁକ୍ତ ଖାଦ୍ୟ ପଦ୍ଧତି ସହିତ ସ୍ଥାନୀୟ ଅର୍ଥନୀତିକୁ ସଶକ୍ତ କରିବା ସହିତ ଉଭୟ ପରିବେଶ ଓ ସ୍ୱାସ୍ଥ୍ୟ ମଧ୍ୟରେ ସମନ୍ୱୟ ରକ୍ଷା କରିବା ଏହାର ମୂଳ ଲକ୍ଷ୍ୟ । ପାରସ୍ପରିକ ସଂଯୁକ୍ତ ଲକ୍ଷ୍ୟ ମାଧ୍ୟମରେ ଖାଦ୍ୟ ନିରାପତ୍ତା ବୃଦ୍ଧି କରିବା ପାଇଁ ପ୍ରୟାସ କରାଯାଉଛି । ସରକାରଙ୍କ ଦ୍ୱାରା ଆୟୋଜିତ ଏହି ୩ ଦିନର କାର୍ଯ୍ୟକ୍ରମ ରାଜ୍ୟର ଯୁବବର୍ଗଙ୍କୁ କୃଷି, ଉଦ୍ୟାନକୃଷି, ଖାଦ୍ୟ ପ୍ରକ୍ରିୟାକରଣ, ମତ୍ସ୍ୟ ଓ ପ୍ରାଣୀ ପାଳନ କ୍ଷେତ୍ରରେ ନିଜର କ୍ୟାରିଅର ଗଢ଼ିବାକୁ ପ୍ରୋତ୍ସାହିତ କରିବ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୧୦ ହଜାର କୃଷକ, କୃଷିଜୀବୀ ମହିଳା, ସ୍ୱୟଂ ସହାୟକ ଗୋଷ୍ଠୀ, କୃଷକ ଉତ୍ପାଦକ ଗୋଷ୍ଠୀ, ଅଣସରକାରୀ ଗୋଷ୍ଠୀ, ପାଣି ପଞ୍ଚାୟତ ସଭ୍ୟ, କୃଷି ଉଦ୍ୟୋଗୀ, ରପ୍ତାନୀକାରୀ, ଛାତ୍ରଛାତ୍ରୀ ଓ ଗବେଷକବୃନ୍ଦ ଏଥିରେ ଅଂଶଗ୍ରହଣ କରିବେ । ରାଜ୍ୟର ୪ଟି ବିଭିନ୍ନ ସରକାରୀ ବିଭାଗ, କେନ୍ଦ୍ର ସରକାର, ଭାରତୀୟ କୃଷି ଗବେଷଣା ପରିଷଦ, ସି.ଜି.ଆଇ.ଏ.ଆର. ପ୍ରତିଷ୍ଠାନ, ବେସରକାରୀ ସଂଗଠନ, ସମନ୍ୱୟରେ ୧୩ ଗୋଟି ବୈଷୟିକ ଅଧିବେଶନର ମଧ୍ୟ ଆୟୋଜନ କରାଯାଉଛି । କୃଷକ ବୈଜ୍ଞାନିକ ଆଲୋଚନା ଚକ୍ର, ସେମିନାର କାର୍ଯ୍ୟକ୍ରମ ରହିଛି । କୃଷକ ସମୃଦ୍ଧି କେନ୍ଦ୍ର, ଅନୁଭୂତି ଶିକ୍ଷା କେନ୍ଦ୍ର, କୃଷି ଯନ୍ତ୍ରପାତି ପ୍ରଦର୍ଶନ କରାଯିବ । ୨୦୦ରୁ ଅଧିକ ଷ୍ଟଲରେ ବିଭିନ୍ନ କୃଷିଜାତ ଦ୍ରବ୍ୟ ଓ କୃଷି ଯନ୍ତ୍ରପାତି ପ୍ରଦର୍ଶନ କରାଯିବ ।

Also read: ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷତି ଭରଣା ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାର କୁଇଜ୍, ତର୍କ, ଗଳ୍ପ କଥନ, କବିତା ଆବୃତ୍ତି, ବ୍ୟଙ୍ଗ ଆକୃତି ପ୍ରତିଯୋଗୀତା କରାଯିବା ସହିତ ଆଭାସୀ ଅନୁଭୂତି କେନ୍ଦ୍ର, କୃଷକ ସୁଗମ କେନ୍ଦ୍ର ଓ ପରୀକ୍ଷାମୂଳକ ଶିକ୍ଷା କେନ୍ଦ୍ରର ଆୟୋଜନ କରାଯାଇଛି । ରାଜ୍ୟର ୩୦ ଗୋଟି ଜିଲ୍ଲାର କୃଷି ଓ ଆନୁଷଙ୍ଗୀକ କୃଷି କ୍ଷେତ୍ରରେ ସଫଳ କୃଷି ପ୍ରଦର୍ଶନ କରିଥିବା ଅଗ୍ରଣୀ କୃଷକ, କୃଷି ଉଦ୍ୟୋଗୀ, ସ୍ୱୟଂସହାୟକ ଗୋଷ୍ଠୀ / କୃଷକ ଉତ୍ପାଦକ ସଂଗଠନଙ୍କୁ ସମ୍ବର୍ଦ୍ଧିତ କରାଯିବ ।