ଆସିବେ ପ୍ରଧାନମନ୍ତ୍ରୀ, ସୁରକ୍ଷା ପାଇଁ ମୁତୟନ ହେବେ ଏତିକି ପ୍ଲାଟୁନ୍‌ ଫୋର୍ସ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ। ଏନେଇ ଭୁବନେଶ୍ବରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଏନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ସଞ୍ଜୀବ ପଣ୍ଡା। ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି,୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ମୁତୟନ ହେବେ ବୋଲି ସେ କହିଛନ୍ତି। ତେବେ ବିମାନବନ୍ଦରଠୁ ଜନତା ମଇଦାନ ଓ […] The post ଆସିବେ ପ୍ରଧାନମନ୍ତ୍ରୀ, ସୁରକ୍ଷା ପାଇଁ ମୁତୟନ ହେବେ ଏତିକି ପ୍ଲାଟୁନ୍‌ ଫୋର୍ସ appeared first on Dharitri Odia News.

ଆସିବେ ପ୍ରଧାନମନ୍ତ୍ରୀ, ସୁରକ୍ଷା ପାଇଁ ମୁତୟନ ହେବେ ଏତିକି ପ୍ଲାଟୁନ୍‌ ଫୋର୍ସ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ। ଏନେଇ ଭୁବନେଶ୍ବରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଏନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ସଞ୍ଜୀବ ପଣ୍ଡା। ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି,୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ମୁତୟନ ହେବେ ବୋଲି ସେ କହିଛନ୍ତି। ତେବେ ବିମାନବନ୍ଦରଠୁ ଜନତା ମଇଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍‌ କରାଯିବ। ବ୍ୟାପକ ମହିଳା ପୋଲିସ ସାଧା ପୋଷାକରେ ରହିବେ। ଏଥିସହିତ ଓଡ୍ରାଫ୍‌, ସିଆରପିଏଫ୍‌ର ୬ ପ୍ଲାଟୁନ୍‌ ଫୋର୍ସ ମଧ୍ୟ ମୁତୟନ ହେବେ।

ସୂଚନାଯୋଗ୍ୟ, ସେପ୍ଟେମ୍ୱର ୧୭ରେ ଭୁବନେଶ୍ୱରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଏଥିପାଇଁ ବିପୁଳ ଜନ ସମାଗମ ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଉକ୍ତଦିନ ସମ୍ପୂର୍ଣ୍ଣ ଛୁଟି ହେବା ସହିତ ସରକାରୀ କାର୍ଯ୍ୟାଳୟଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିଛି।

The post ଆସିବେ ପ୍ରଧାନମନ୍ତ୍ରୀ, ସୁରକ୍ଷା ପାଇଁ ମୁତୟନ ହେବେ ଏତିକି ପ୍ଲାଟୁନ୍‌ ଫୋର୍ସ appeared first on Dharitri Odia News.