ଆସିଲା ଆଲର୍ଟ, ସୃଷ୍ଟି ହେଲା ବଡ଼ ଘୂର୍ଣ୍ଣିବଳୟ, ଏହି ଜିଲାରେ…

ଭୁବନେଶ୍ୱର,୧୯।୧୦: ବଙ୍ଗୋପସାଗରରେ ବଢୁଛି ବାତ୍ୟା ଭୟ। ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟା, ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବ ବୋଲି ବିଭିନ୍ନ ଅନ୍ତର୍ଜାତୀୟ ମଡେଲ ପୂର୍ବାନୁମାନ କରିଛନ୍ତି। ତେବେ ଏହାରି ଭିତରେ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆଉ ଦୁଇଦିନ ପରେ ଅର୍ଥାତ୍‌ ୨୨ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେବ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବେଗରେ ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା […] The post ଆସିଲା ଆଲର୍ଟ, ସୃଷ୍ଟି ହେଲା ବଡ଼ ଘୂର୍ଣ୍ଣିବଳୟ, ଏହି ଜିଲାରେ… appeared first on Dharitri Odia News.

ଆସିଲା ଆଲର୍ଟ, ସୃଷ୍ଟି ହେଲା ବଡ଼ ଘୂର୍ଣ୍ଣିବଳୟ, ଏହି ଜିଲାରେ…

ଭୁବନେଶ୍ୱର,୧୯।୧୦: ବଙ୍ଗୋପସାଗରରେ ବଢୁଛି ବାତ୍ୟା ଭୟ। ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟା, ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବ ବୋଲି ବିଭିନ୍ନ ଅନ୍ତର୍ଜାତୀୟ ମଡେଲ ପୂର୍ବାନୁମାନ କରିଛନ୍ତି। ତେବେ ଏହାରି ଭିତରେ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆଉ ଦୁଇଦିନ ପରେ ଅର୍ଥାତ୍‌ ୨୨ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେବ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବେଗରେ ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପଗ୍ରହର ଏହି ଚିତ୍ର ବୟାନ କରୁଛି ଯେ ଉତ୍ତର ଆଣ୍ଡାମାନ ସାଗର ନିକଟରେ ହଲଚଲ ଆରମ୍ଭ ହୋଇଯାଇଛି।

୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାଶ୍ବବର୍ତ୍ତି ଜିଲା ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସମୁଦ୍ର ଉପରିଭାଗର ତାପମାତ୍ରା ୩୦ରୁ ୩୨ ଡିଗ୍ରୀ ଅଧିକ ରହିଛି। ଫଳରେ ଏଠାରେ ସମୁଦ୍ର ଉପରିସ୍ଥ ବାୟୁମଣ୍ଡଳର ତାପମାତ୍ରା ବଢ଼ିଯାଇଛି। ତାପମାତ୍ରା ବଢ଼ିବା ଫଳରେ ଏଭଳି ହଲଚଲ ଆରମ୍ଭ ହୋଇଯାଇଛି। ପ୍ରକୃତରେ ଦକ୍ଷିଣ ଚାଇନା ସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି । ଧିରେ ଧିରେ ଏହା ଉତ୍ତର ଆଣ୍ଡାମାନ ସାଗରରେ ପ୍ରବେଶ କରିବ ।

୨୨ ତାରିଖରେ ଲଘୁଚାପ ସୃଷ୍ଟି ହେବା ପରେ ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ ବୋଲି ଆକଳନ କରାଯାଉଛି । ଧିରେ ଧିରେ ଏହା ବଳ ଗୋଟାଇବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୩ ତାରିଖରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ ।

ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ଭଦ୍ରକରେ ପ୍ରବଳ ବର୍ଷା ଆଶଙ୍କା କରାଯାଉଛି । ଏହାଛଡ଼ା କଟକ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ଗଞ୍ଜାମରେ ମଧ୍ୟ ପ୍ରବଳ ବର୍ଷା ହେବ। ଯଦି ଏହି ଅବପାତ ଉତ୍ତର ପଶ୍ଚିମକୁ ଗତି କରେ, ତେବେ ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ୨୩ ତାରିଖରେ ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ । ୨୪ ଓ ୨୫ ତାରିଖରେ ବର୍ଷାର ପରିମାଣ ଆହୁରି ବଢ଼ିଯିବାର ସମ୍ଭାବନା ରହିଛି।

The post ଆସିଲା ଆଲର୍ଟ, ସୃଷ୍ଟି ହେଲା ବଡ଼ ଘୂର୍ଣ୍ଣିବଳୟ, ଏହି ଜିଲାରେ… appeared first on Dharitri Odia News.