ଆସିଲା ବାତ୍ୟା ‘ଦାନା’ର ସମ୍ଭାବ୍ୟ ଗତିପଥ; ଭୀଷଣ ବାତ୍ୟା ହୋଇ ବୁଧବାର ଛୁଇଁବ ସ୍ଥଳଭାଗ
ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି ଅନୁଯାୟୀ, ସୋମବାର ଏହା ଲଘୁଚାପରେ ପରିଣତ ହୋଇଛି। କ୍ରମେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ୨୨ ଅକ୍ଟୋବର ସକାଳ ସୁଦ୍ଧା ଅବପାତ ଏବଂ ୨୩ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରର ପୂର୍ବ ସେଣ୍ଟ୍ରାଲ୍ ଉପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏହା ପରେ, ୨୪ ଅକ୍ଟୋବର […] The post ଆସିଲା ବାତ୍ୟା ‘ଦାନା’ର ସମ୍ଭାବ୍ୟ ଗତିପଥ; ଭୀଷଣ ବାତ୍ୟା ହୋଇ ବୁଧବାର ଛୁଇଁବ ସ୍ଥଳଭାଗ appeared first on Dharitri Odia News.
ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି ଅନୁଯାୟୀ, ସୋମବାର ଏହା ଲଘୁଚାପରେ ପରିଣତ ହୋଇଛି।
କ୍ରମେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ୨୨ ଅକ୍ଟୋବର ସକାଳ ସୁଦ୍ଧା ଅବପାତ ଏବଂ ୨୩ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରର ପୂର୍ବ ସେଣ୍ଟ୍ରାଲ୍ ଉପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏହା ପରେ, ୨୪ ଅକ୍ଟୋବର ସକାଳ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ଯାଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବା ସମ୍ଭାବନା ଅଧିକ ବୋଲି ଆଇଏମଡି ବୁଲେଟିନ୍ ଯୋଗ କହିଛି। ଅର୍ଥାତ ଏହା ପୁରୀରୁ ଦୀଘା ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି।
ପୂର୍ବାନୁମାନ ପଥ ଅନୁଯାୟୀ, ସମ୍ଭାବ୍ୟବାତ୍ୟା ପ୍ରଭାବରେ ଅକ୍ଟୋବର ୨୪ ରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିପାରେ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି ଯେ, ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ l ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛିl ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ ।
ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ସେହିଭଳି କେତେକ ସ୍ଥାନରେ ଆସନ୍ତା ଗୁରୁବାର ଏବଂ ଶୁକ୍ରବାର ଦିନ ୩୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ପାଣିପାଗ ପୂର୍ବାନୁମାନ ବ୍ୟବସ୍ଥ – ଜି.ଏଫ୍.ଏସ୍.ର ମଡେଲ୍ ଅନୁସାରେ ବାତ୍ୟା ଅତି ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହି ସମୟରେ ପବନ ୧୪୦ରୁ ୧୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ଅଛି ।
The post ଆସିଲା ବାତ୍ୟା ‘ଦାନା’ର ସମ୍ଭାବ୍ୟ ଗତିପଥ; ଭୀଷଣ ବାତ୍ୟା ହୋଇ ବୁଧବାର ଛୁଇଁବ ସ୍ଥଳଭାଗ appeared first on Dharitri Odia News.