ଆସିଲା ମାଟ୍ରିକ୍‌ ଆଡମିଟ କାର୍ଡ, ବୋର୍ଡ ୱେବସାଇଟରୁ ଏପରି କରନ୍ତୁ ଡାଉନ୍‌ଲୋଡ୍‌……

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୧ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ ଚାଲିବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିିଥିବା ବେଳେ ଆଜିଠାରୁ ବୋର୍ଡ ୱେବସାଇଟରେ ଆଡମିଟ କାର୍ଡ ଉପଲବ୍ଧ ହୋଇଛି। ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ଅନଲାଇନ ଏବଂ ଅଫଲାଇନରେ ଆଡମିଟ କାର୍ଡ ମିଳିବ । ମାଟ୍ରିକ୍‌ ପରୀକ୍ଷା ସହ ରାଜ୍ୟ ମୁକ୍ତ […]

ଆସିଲା ମାଟ୍ରିକ୍‌ ଆଡମିଟ କାର୍ଡ, ବୋର୍ଡ ୱେବସାଇଟରୁ ଏପରି କରନ୍ତୁ ଡାଉନ୍‌ଲୋଡ୍‌……
10th exam Admit Card is available on the board website

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୧ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ ଚାଲିବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିିଥିବା ବେଳେ ଆଜିଠାରୁ ବୋର୍ଡ ୱେବସାଇଟରେ ଆଡମିଟ କାର୍ଡ ଉପଲବ୍ଧ ହୋଇଛି। ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ଅନଲାଇନ ଏବଂ ଅଫଲାଇନରେ ଆଡମିଟ କାର୍ଡ ମିଳିବ ।

ମାଟ୍ରିକ୍‌ ପରୀକ୍ଷା ସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ସଂସ୍କୃତ ମଧ୍ୟମାର ଛାତ୍ରଛାତ୍ରୀଙ୍କ ଆଡ୍‌ମିଟ୍ କାର୍ଡ ୱେବସାଇଟରୁ ଉପଲବ୍ଧ ହୋଇଛି। ସମସ୍ତ ସ୍କୁଲର ମୁଖ୍ୟ ବା ପ୍ରଧାନଶିକ୍ଷକମାନେ ସ୍କୁଲ କୋର୍ଡ ଏବଂ ପାସୱାର୍ଡ ଦେଇ www.bseodisha.ac.in ୱେବସାଇଟରୁ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ମୁକ୍ତ ବିଦ୍ୟାଳୟ ଏବଂ ମଧ୍ୟମା ଛାତ୍ରଛାତ୍ରୀମାନେ ନିଜ ନାମ ଏବଂ ବାପାଙ୍କ ନାମ ବୋର୍ଡ ୱେବସାଇଟରେ ଦାଖଲ କରି ଆଡ୍‌ମିଟ୍ କାର୍ଡ ପାଇପାରିବେ।

51c25938 d153 4d12 b796 a864c51c4883

ଚଳିତ ବର୍ଷ ୫ ଲକ୍ଷ ୧୦ ହଜାର ୭୭୮ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଥିବା ବେଳେ ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ର ହୋଇଛି। ଏଥି ସହିତ ପ୍ରଶ୍ନ ପତ୍ର ପାଇଁ ୩୧୪ଟି ନୋଡାଲ ସେଣ୍ଟର କରାଯାଇଛି। ଆସନ୍ତା ୧୨ରୁ ନୋଡାଲ ସେଣ୍ଟରକୁ ପ୍ରଶ୍ନପତ୍ର ପଠାଯିବା ଆରମ୍ଭ କରାଯିବ। ୧୯ ତାରିଖ ସୁଦ୍ଧା ସବୁ ନୋଡାଲ କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚି ଯିବ। ଏଥି ସହିତ ପ୍ରଶ୍ନପତ୍ର ସୁରକ୍ଷା ଦୃଷ୍ଟିରୁ କିଛି ସ୍ଥାନରେ ଥାନାକୁ ପ୍ରଶ୍ନପତ୍ର ରଖାଯିବା ନେଇ ନୋଡାଲ ସେଣ୍ଟର କରାଯାଇଛି। ଏଥି ସହିତ ଚଳିତ ବର୍ଷ ପ୍ରଶ୍ନପତ୍ର ଭାଇରାଲ ରୋକିବା ପାଇଁ ଡାଏନମିକ୍ କ୍ବି ଆର କୋର୍ଡ ଓ ୱାଟର ମାର୍କ ବ୍ୟବସ୍ଥା କରାଯାଇଛି। ପ୍ରତି ପ୍ରଶ୍ନପତ୍ରରେ ସିରିଏଲ୍ ନମ୍ବର ରହିବ ଭାଇରାଲ୍ ହେଲେ ଜଣାପଡ଼ିବ। କେଉଁଠୁ ଓ କେଉଁ ସେଣ୍ଟରରୁ ଭାଇରାଲ୍ ହେଲା ସ୍ପଷ୍ଟ ଜଣାପଡ଼ିବ। ଏଥି ସହିତ ପ୍ରଶ୍ନପତ୍ର ଥିବା ୩୧୪ଟି ନୋଡାଲ ସେଣ୍ଟରରେ ସିସିଟିଭି ଲାଗିଛି।