ଆସିଲା 'ସୁଭଦ୍ରା' ଯୋଜନା ପାଇଁ SOP, ଏକ କୋଟି ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର ଲାଭ
ଭୁବନେଶ୍ୱର: ସୁଭଦ୍ରା ଯୋଜନାର ନିୟମାବଳୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ସୁଭଦ୍ରା ଯୋଜନାର ନିୟମାବଳୀକୁ କ୍ୟାବିନେଟ୍ର ଅନୁମୋଦନ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ୨୧ ବର୍ଷରୁ ଅଧିକ ଏବଂ ୬୦ ବର୍ଷରୁ କମ ବୟସ ମଧ୍ୟର ମହିଳାଙ୍କୁ ମିଳିବ ଟଙ୍କା । ଡିବିଟି ମାଧ୍ୟମରେ ମହିଳାଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ଏକ କୋଟିରୁ ଅଧିକ ମହିଳା ଏହା ଦ୍ୱାରା ଲାଭବାନ ହେବେ । ଉଲ୍ଲେଖଯୋଗ୍ୟ ଯେ ନିର୍ବାଚନ ଇସ୍ତହାରରେ ବିଜେପି କ୍ଷମତାକୁ ଆସିଲେ ମହିଳାଙ୍କୁ ସୁଭଦ୍ରା ଯୋଜନା ମାଧ୍ୟମରେ ୫୦ ହଜାର ଟଙ୍କା ସହାୟତା ଦେବା ପାଇଁ ଘୋଷଣା କରିଥିଲା । ବର୍ତ୍ତମାନ ଏହି ଯୋଜନାର ଏସଓପି ଜାରି କରାଯାଇଛି ।ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ଘୋଷଣା କରି କହିଛନ୍ତି, '୨୨ ଅଗଷ୍ଟ ୨୦୨୪ ତାରିଖରେ ଲୋକସେବା ଭବନରେ ଆୟୋଜିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ଅନୁଯାୟୀ ଏହି ଯୋଜନା ଆର୍ଥିକ ବର୍ଷ ୨୦୨୪-୨୫ରେ ଆରମ୍ଭ ହୋଇ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ଏଥିପାଇଁ ୫୫,୮୨୫ କୋଟି ଟଙ୍କା ବଜେଟ୍ ଧାର୍ଯ୍ୟ କରାଯାଇଛି ।'ପ୍ରତ୍ୟେକ ବର୍ଷ ରାଖୀ ପୂର୍ଣ୍ଣିମା ଓ ଆନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କ ଆଉଣ୍ଟକୁ ଯିବ ୫ ହଜାର ଲେଖାଏଁ ଟଙ୍କା । ୫ ବର୍ଷରେ ମହିଳାମାନଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ସୁଭଦ୍ରା ଡେବିଟି କାର୍ଡରେ ଯିବ ଟଙ୍କା । ଏଥିପାଇଁ କଲ୍ ସେଣ୍ଟର ଖୋଲାଯିବ । ଅଙ୍ଗନବାଡି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ଜନସେବା କ
ଭୁବନେଶ୍ୱର: ସୁଭଦ୍ରା ଯୋଜନାର ନିୟମାବଳୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ସୁଭଦ୍ରା ଯୋଜନାର ନିୟମାବଳୀକୁ କ୍ୟାବିନେଟ୍ର ଅନୁମୋଦନ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ୨୧ ବର୍ଷରୁ ଅଧିକ ଏବଂ ୬୦ ବର୍ଷରୁ କମ ବୟସ ମଧ୍ୟର ମହିଳାଙ୍କୁ ମିଳିବ ଟଙ୍କା । ଡିବିଟି ମାଧ୍ୟମରେ ମହିଳାଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ଏକ କୋଟିରୁ ଅଧିକ ମହିଳା ଏହା ଦ୍ୱାରା ଲାଭବାନ ହେବେ । ଉଲ୍ଲେଖଯୋଗ୍ୟ ଯେ ନିର୍ବାଚନ ଇସ୍ତହାରରେ ବିଜେପି କ୍ଷମତାକୁ ଆସିଲେ ମହିଳାଙ୍କୁ ସୁଭଦ୍ରା ଯୋଜନା ମାଧ୍ୟମରେ ୫୦ ହଜାର ଟଙ୍କା ସହାୟତା ଦେବା ପାଇଁ ଘୋଷଣା କରିଥିଲା । ବର୍ତ୍ତମାନ ଏହି ଯୋଜନାର ଏସଓପି ଜାରି କରାଯାଇଛି ।
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ଘୋଷଣା କରି କହିଛନ୍ତି, '୨୨ ଅଗଷ୍ଟ ୨୦୨୪ ତାରିଖରେ ଲୋକସେବା ଭବନରେ ଆୟୋଜିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ଅନୁଯାୟୀ ଏହି ଯୋଜନା ଆର୍ଥିକ ବର୍ଷ ୨୦୨୪-୨୫ରେ ଆରମ୍ଭ ହୋଇ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ଏଥିପାଇଁ ୫୫,୮୨୫ କୋଟି ଟଙ୍କା ବଜେଟ୍ ଧାର୍ଯ୍ୟ କରାଯାଇଛି ।'
ପ୍ରତ୍ୟେକ ବର୍ଷ ରାଖୀ ପୂର୍ଣ୍ଣିମା ଓ ଆନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କ ଆଉଣ୍ଟକୁ ଯିବ ୫ ହଜାର ଲେଖାଏଁ ଟଙ୍କା । ୫ ବର୍ଷରେ ମହିଳାମାନଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ସୁଭଦ୍ରା ଡେବିଟି କାର୍ଡରେ ଯିବ ଟଙ୍କା । ଏଥିପାଇଁ କଲ୍ ସେଣ୍ଟର ଖୋଲାଯିବ । ଅଙ୍ଗନବାଡି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ଜନସେବା କେନ୍ଦ୍ରରେ ଆବେଦନ କରି ପାରିବେ ହିତାଧିକାରୀ ।
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ, 'ଆର୍ଥିକ ସ୍ଵଚ୍ଛଳ ବର୍ଗ ମହିଳା, ସରକାରୀ ଚାକିରି କରୁଥିବା ମହିଳା ଏବଂ ଆୟକର ଦାଖଲ କରୁଥିବା ମହିଳାମାନେ ଏହି ଯୋଜନାରେ ସାମିଲ ହେବେ ନାହିଁ । ଏହାବ୍ୟତୀତ କୌଣସି ସରକାରୀ ଯୋଜନାରେ ମାସିକ ୧୫୦୦ ଟଙ୍କା କିମ୍ୱା ବାର୍ଷିକ ୧୮ ହଜାର ଟଙ୍କା କିମ୍ୱା ତା’ଠୁ ଅଧିକ ସହାୟତା ରାଶି ପାଉଥିବା ମହିଳାମାନେ ସୁଭଦ୍ରା ଯୋଜନା ପାଇଁ ଯୋଗ୍ୟ ହେବେ ନାହିଁ ।
ଉଲ୍ଲେଖଯୋଗ୍ୟ ଯେ ଏହା ପୂର୍ବରୁ ଅଗଷ୍ଟ ୧୫ରେ ସୁଭଦ୍ର ଯୋଜନା ପାଇଁ ଏସଓପି ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଥିଲେ । ସେ କହିଥିଲେ ସୁଭଦ୍ରା ଯୋଜନା ପାଇଁ ଅର୍ଥର କୌଣସି ଅଭାବ ନାହିଁ । ଅଗଷ୍ଟ ୧୫ ତାରିଖରେ ପ୍ରଥମେ ଏସ୍ଓପି ଆସିବ । ପରେ ସେପ୍ଟେମ୍ବର ୧୭ ତାରିଖ ଦିନ ଏହି ଯୋଜନାର ଶୁଭାରମ୍ଭ କରାଯିବ ।