ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ପୂର୍ବାହ୍ନ ୧୦ଟା ୫୦ ମିନିଟ୍ରେ ଭୁବନେଶ୍ବର ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ୧୧ଟା ୧୦ରେ ସିଧାସଳଖ ଗାଡ଼କଣ ବସ୍ତିକୁ ଯିବେ। ସେଠାରେ ୩୦ ମିନିଟ୍ ରହି […] The post ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.
ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ।
ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ପୂର୍ବାହ୍ନ ୧୦ଟା ୫୦ ମିନିଟ୍ରେ ଭୁବନେଶ୍ବର ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ୧୧ଟା ୧୦ରେ ସିଧାସଳଖ ଗାଡ଼କଣ ବସ୍ତିକୁ ଯିବେ। ସେଠାରେ ୩୦ ମିନିଟ୍ ରହି ପ୍ରଧାନମନ୍ତ୍ରୀ ଆବାସର ହିତାଧିକାରୀଙ୍କ ସହ ଆଲୋଚନା କରିବେ। ଏହାପରେ ୧୧ଟା ୫୫ ମିନିଟ୍ରେ ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ସେଠାରେ ପ୍ରାୟ ୧ ଘଣ୍ଟା ରହି ଅପରାହ୍ନ ୧ଟା ୨୦ ମିନିଟ୍ରେ ନୂଆଦିଲ୍ଲୀ
ଫେରିଯିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷାରେ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। ୧୧ଜଣ ଡିସିପି ର଼୍ୟାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସ୍ପି, ୧୦୦ ଆଇଆଇସି ଓ ୩୦୦ ବରିଷ୍ଠ ପୋଲିସ ଅଧିକାରୀ
ଦାୟିତ୍ୱରେ ରହିଛନ୍ତି। ବିମାନବନ୍ଦରରୁ ଜନତା ମଇଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ରହିବ। ବ୍ୟାପକ ମହିଳା ପୋଲିସ କର୍ମଚାରୀଙ୍କ ସହ ସାଦା ପୋଷାକରେ ରହିବେ ପୋଲିସ। ସେହିପରି ଓଡ୍ରାଫ ଏବଂ ୬ କମ୍ପାନୀ ସିଆର୍ପିଏଫ୍ ମଧ୍ୟ ମୁତୟନ ରହିବେ। ଉଚ୍ଚ ଅଟ୍ଟାଳିକାଗୁଡ଼ିକରେ ସୁରକ୍ଷା ବଳ ମୁତୟନ ରହିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଲାଗି କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏ ଜୟଦେବ ବିହାରରୁ ନାଲ୍କୋ ଛକ, ନାଲ୍କୋ ଛକରୁ ଜୟଦେବ ବିହାର ଯାଏ ଏହି କଟକଣା ବଳବତ୍ତର ରହିବ। ସୁଭଦ୍ରା ଯୋଜନାର ଶୁଭାରମ୍ଭ ପାଇଁ ଜନତା ମଇଦାନରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶାଳ ମହିଳା ସମାବେଶର ଆୟୋଜନ କରାଯାଇଛି। ମୋଦିଙ୍କ ଗସ୍ତ ପାଇଁ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ଏଥିସହ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ ଓ ରାଜସ୍ବ ଏବଂ ମାଜିଷ୍ଟେରିଆଲ କୋର୍ଟ(କାର୍ଯ୍ୟନିର୍ବାହୀ) ଛୁଟି ଘୋଷଣା ହୋଇଛି।
The post ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.