ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ: କଟକଣା ଜାରି କଲା ପୁଲିସ କମିଶନରେଟ୍‌, ଏସବୁ ରୁଟ୍‌ରେ ଯାନବାହାନ ଚଳାଚଳ ମନା

ଭୁବନେଶ୍ୱର: ମଙ୍ଗଳବାର ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭୁବନେଶ୍ୱରରେ ଆୟୋଜିତ ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌-୨୦୨୫ରେ ଯୋଗଦେବେ ପିଏମ୍‌ ମୋଦୀ।  ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ କଟକଣା ଜାରି କରିଛି ପୁଲିସ କମିଶନରେଟ୍‌। ସକାଳ ୧୦.୨୫ରୁ ସକାଳ ୧୧.୧୦ ପର୍ଯ୍ୟନ୍ତ  ଏୟାରପୋର୍ଟ ଛକ ହସ୍ପିଟାଲ ଛକ, ଏଜି ଛକ- ରାଜଭବବନ ଛକ- ପାଓ୍ୱାର ହାଉସ୍‌ ଛକ-୧୨୦ ବାଟାଲିୟନ ଛକ- ଜୟଦେବ ବିହାର ଛକ-ଜାଭିୟର ଛକ-ନାଲକୋ ଛକକୁ କୌଣସି ଯାନବାହାନ ଚଳାଚଳ କରିପାରିବ ନାହିଁ। ସେହିପରି ଅପରାହ୍ନ ୧୨.୨୦ ମିନିଟ୍‌ରୁ ଅପରାହ୍ନ ୧.୦୫ ପର୍ଯ୍ୟନ୍ତ ନାଲକୋ ଛକ- ଜାଭିୟର ଛକ- ଜୟଦେବ ବିହାର ଛକ- ୧୨୦ ବାଟାଲିୟନ ଛକ- ପାଓ୍ୱାର ହାଉସ୍‌ ଛକ- ରାଜଭବବନ ଛକ- ଏଜି ଛକ- ହସ୍ପିଟାଲ ଛକ- ଏୟାରପୋର୍ଟ ଛକକୁ କୌଣସି ଯାନବାହାନ ଚଳାଚଳ କରିପାରିବେ ନାହିଁ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପୂର୍ବରୁ ସରିଛି କାରକେଡ୍‌ ରିହର୍ଶାଲ। ଭୁବନେଶ୍ବରରେ ମୋଦୀ ୨ ଘଣ୍ଟା ୨୦ମିନିଟ୍‌ ରହିବେ। ସେଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି । ବ୍ଲୁ ବୁକ ଗାଇଡଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରୁଟ ଲାଇନିଂ ଓ ଟ୍ରାଫିକ ବ୍ୟବସ୍ଥା କୁ କଡାକଡି କରାଯାଇଛି । SPG ପୂର୍ବରୁ ଏହି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି। ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ଓ ପ୍ରଧାନମନ୍ତ୍ରୀ ଙ୍କ ସୁରକ୍

ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ: କଟକଣା ଜାରି କଲା ପୁଲିସ କମିଶନରେଟ୍‌, ଏସବୁ ରୁଟ୍‌ରେ ଯାନବାହାନ ଚଳାଚଳ ମନା

ଭୁବନେଶ୍ୱର: ମଙ୍ଗଳବାର ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭୁବନେଶ୍ୱରରେ ଆୟୋଜିତ ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌-୨୦୨୫ରେ ଯୋଗଦେବେ ପିଏମ୍‌ ମୋଦୀ।  ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ କଟକଣା ଜାରି କରିଛି ପୁଲିସ କମିଶନରେଟ୍‌। 

ସକାଳ ୧୦.୨୫ରୁ ସକାଳ ୧୧.୧୦ ପର୍ଯ୍ୟନ୍ତ  ଏୟାରପୋର୍ଟ ଛକ ହସ୍ପିଟାଲ ଛକ, ଏଜି ଛକ- ରାଜଭବବନ ଛକ- ପାଓ୍ୱାର ହାଉସ୍‌ ଛକ-୧୨୦ ବାଟାଲିୟନ ଛକ- ଜୟଦେବ ବିହାର ଛକ-ଜାଭିୟର ଛକ-ନାଲକୋ ଛକକୁ କୌଣସି ଯାନବାହାନ ଚଳାଚଳ କରିପାରିବ ନାହିଁ। 

ସେହିପରି ଅପରାହ୍ନ ୧୨.୨୦ ମିନିଟ୍‌ରୁ ଅପରାହ୍ନ ୧.୦୫ ପର୍ଯ୍ୟନ୍ତ ନାଲକୋ ଛକ- ଜାଭିୟର ଛକ- ଜୟଦେବ ବିହାର ଛକ- ୧୨୦ ବାଟାଲିୟନ ଛକ- ପାଓ୍ୱାର ହାଉସ୍‌ ଛକ- ରାଜଭବବନ ଛକ- ଏଜି ଛକ- ହସ୍ପିଟାଲ ଛକ- ଏୟାରପୋର୍ଟ ଛକକୁ କୌଣସି ଯାନବାହାନ ଚଳାଚଳ କରିପାରିବେ ନାହିଁ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପୂର୍ବରୁ ସରିଛି କାରକେଡ୍‌ ରିହର୍ଶାଲ। ଭୁବନେଶ୍ବରରେ ମୋଦୀ ୨ ଘଣ୍ଟା ୨୦ମିନିଟ୍‌ ରହିବେ। ସେଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି । ବ୍ଲୁ ବୁକ ଗାଇଡଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରୁଟ ଲାଇନିଂ ଓ ଟ୍ରାଫିକ ବ୍ୟବସ୍ଥା କୁ କଡାକଡି କରାଯାଇଛି । SPG ପୂର୍ବରୁ ଏହି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି। 

ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ଓ ପ୍ରଧାନମନ୍ତ୍ରୀ ଙ୍କ ସୁରକ୍ଷା ପାଇଁ ମୋଟ ୬୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ । ୪୦୦ ରୁ ଉର୍ଦ୍ଧ୍ବ ଅଫିସର ସୁରକ୍ଷା ବ୍ୟବସ୍ଥାର ତଦାରଖ ଦାୟିତ୍ୱ ରେ ରହିଛନ୍ତି।  ଆସନ୍ତାକାଲି ପୂର୍ବାହ୍ଣ ୧୦ଟା ୩୫ରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। 

ସେଠା‌ରୁ ସେ ୧୦ଟା ୫୫ମିନିଟରେ ସିଧାସଳଖ ଜନତା ‌ମଇଦାନରେ ପହଞ୍ଚିବେ। ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ରେ ମୋଦୀ ଦିନ ୧୧ଟାରୁ ଅପରାହ୍ନ ୧୨ଟା ୩୦ ଯାଏଁ ଉପସ୍ଥିତ ରହିବେ। ଏହା ପରେ ‌ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ। ସେ ଦିନ ୧୨ଟା ୫୫ମିନିଟ୍‌ରେ ପୁଣି ଫେରିଯିବେ।