ଆସୁଛି ଆଉ ଏକ ଲଘୁଚାପ
ନନ୍ଦିଘୋଷ ବ୍ୟୁରୋ: ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ।... The post ଆସୁଛି ଆଉ ଏକ ଲଘୁଚାପ appeared first on .
ନନ୍ଦିଘୋଷ ବ୍ୟୁରୋ: ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୨୪ ଘଣ୍ଟାରେ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପର ରୂପ ନେବ। ସକ୍ରିୟ ମୌସୁମୀ ନିମ୍ନଚାପରେଖା ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବଢିବ । ଆସନ୍ତା ୫ ଦିନ ଯାଏଁ ବର୍ଷା ନିର୍ଧୁମ ଛେଚିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ତେବେ ଆସନ୍ତାକାଲିଠାରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି । ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, କଟକ, ଜଗତସିଂହପୁର, ଯାଜପୁର, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ମୟୂରଭଞ୍ଜ, ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ କେନ୍ଦ୍ର ।
The post ଆସୁଛି ଆଉ ଏକ ଲଘୁଚାପ appeared first on .