ଆସୁଛି ଆଉ ଏକ ଲଘୁଚାପ, ଆସନ୍ତା ୫ ଦିନ ଲାଗି ରହିବ ବର୍ଷା

ଭୁବନେଶ୍ଵର: ଆସୁଛି ଆଉ ଏକ ଲଘୁଚାପ। ବାଂଲାଦେଶ  ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ। ଏହା ସହ ରାଜ୍ୟ ଉପରେ ମୌସୁମୀ ସକ୍ରିୟ ରହିଛି। ପ୍ରଭାବରେ  ଆସନ୍ତା ୫ ଦିନ ଯାଏ ରାଜ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କାଁଭାଁ  ସ୍ଥାନରେ   ପ୍ରବଳ  ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ।  ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟାରେ ୧୮ ଜିଲ୍ଲାର  କିଛି ସ୍ଥାନରେ ପ୍ରବଳ ଅର୍ଥାତ୍ ୭ ରୁ ୧୧ ସେମି ବର୍ଷା ହେବାର ଆଶଙ୍କା ରହିଛି।  ଭଦ୍ରକ, ବାଲେଶ୍ୱରରେ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା ,କଟକ  ନୟାଗଡ, ପୁରୀ , ମୟୁରଭଂଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ  ଢେଙ୍କାନାଳ , ଗଂଜାମ,  କୋରାପୁଟ ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ  ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି  ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି  ଭଦ୍ରକ , ବାଲେଶ୍ୱର, ଯାଜପୁର ,ଢେଙ୍କାନାଳ ,  ମୟୁରଭଂଜ, କେଉଁଝର,ଅନୁଗୁଳ ,ସୁନ୍ଦରଗଡ଼, ଦେବଗଡ,  ଝାରସୁଗୁଡା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ  ବର୍ଷା  ପାଇଁ   ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି  ପାଣିପାଗ ବିଭାଗ। ୧୯  ତାରିଖ ଯାଇ ଏଭଳି ବର୍ଷା  ଲାଗି ରହି

ଆସୁଛି ଆଉ ଏକ ଲଘୁଚାପ, ଆସନ୍ତା ୫ ଦିନ ଲାଗି ରହିବ ବର୍ଷା

ଭୁବନେଶ୍ଵର: ଆସୁଛି ଆଉ ଏକ ଲଘୁଚାପ। ବାଂଲାଦେଶ  ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ। ଏହା ସହ ରାଜ୍ୟ ଉପରେ ମୌସୁମୀ ସକ୍ରିୟ ରହିଛି। ପ୍ରଭାବରେ  ଆସନ୍ତା ୫ ଦିନ ଯାଏ ରାଜ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କାଁଭାଁ  ସ୍ଥାନରେ   ପ୍ରବଳ  ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ। 

 ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟାରେ ୧୮ ଜିଲ୍ଲାର  କିଛି ସ୍ଥାନରେ ପ୍ରବଳ ଅର୍ଥାତ୍ ୭ ରୁ ୧୧ ସେମି ବର୍ଷା ହେବାର ଆଶଙ୍କା ରହିଛି।  ଭଦ୍ରକ, ବାଲେଶ୍ୱରରେ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା ,କଟକ  ନୟାଗଡ, ପୁରୀ , ମୟୁରଭଂଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ  ଢେଙ୍କାନାଳ , ଗଂଜାମ,  କୋରାପୁଟ ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ  ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି  ପାଣିପାଗ ବିଭାଗ । 

ସେହିପରି ଆସନ୍ତାକାଲି  ଭଦ୍ରକ , ବାଲେଶ୍ୱର, ଯାଜପୁର ,ଢେଙ୍କାନାଳ ,  ମୟୁରଭଂଜ, କେଉଁଝର,ଅନୁଗୁଳ ,ସୁନ୍ଦରଗଡ଼, ଦେବଗଡ,  ଝାରସୁଗୁଡା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ  ବର୍ଷା  ପାଇଁ   ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି  ପାଣିପାଗ ବିଭାଗ। ୧୯  ତାରିଖ ଯାଇ ଏଭଳି ବର୍ଷା  ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟର କିଛି କିଛି  ସ୍ଥାନରେ  ହାଲୁକାରୁ ମଧ୍ୟମ  ଧରଣର ବର୍ଷା  ହୋଇଥିବା   ବେଳେ ମୟୁରଭଞ୍ଜ କଟିପଡାରେ ସର୍ବାଧିକ   ୭୨.୦ ମିମି ବର୍ଷା ରେକର୍ଡ  ହୋଇଛି । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୫୪.୪ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୧ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୭୩୭ .୧  ମିମି ବର୍ଷା ସ୍ୱାଭାବିକ ରହିବା କଥା । ୩ ଜିଲ୍ଲାରେ ସ୍ଵଭାବିକଠୁ  ଅଧିକ ବର୍ଷା ରହିଥିବା  ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧  ଜିଲ୍ଲାରେ ନିଅଣ୍ଟିଆ ବର୍ଷା କରାଯାଇଛି।