ଆସୁଛି ଆଉ ଏକ ଲଘୁଚାପ: ୧୪ରୁ ୧୬ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୪।୯(ଅନିଲଦାସ):ବାଂଲାଦେଶ ଉପକୂଳ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ପଶ୍ଚିମବଙ୍ଗ ଉପକୂଳ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତ (ଡିପ୍ରେସନ)ରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ଆସନ୍ତା ୧୩ରୁ ୧୬ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର କଳାହାଣ୍ଡି ଜିଲାରେ […] The post ଆସୁଛି ଆଉ ଏକ ଲଘୁଚାପ: ୧୪ରୁ ୧୬ ପ୍ରବଳ ବର୍ଷା ସମ୍ଭାବନା appeared first on Dharitri Odia News.

ଆସୁଛି ଆଉ ଏକ ଲଘୁଚାପ: ୧୪ରୁ ୧୬ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୪।୯(ଅନିଲଦାସ):ବାଂଲାଦେଶ ଉପକୂଳ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ପଶ୍ଚିମବଙ୍ଗ ଉପକୂଳ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତ (ଡିପ୍ରେସନ)ରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ଆସନ୍ତା ୧୩ରୁ ୧୬ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଲଘୁଚାପ ଯୋଗୁ ୧୪ ରୁ ୧୬ ତାରିଖ ଯାଏ ମଧ୍ୟ ପ୍ରଦେଶ ଓ ଛତିଶଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ମହାନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ମହାନଦୀ ଫୁଲିଲେ ଏହାର ଶାଖା ନଦୀଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ଆକଳନ କରାଯାଇଛିି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ଅଛି।
ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ୧୩ରୁ ୧୫ ତାରିଖ ଯାଏ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁମାନେ ଗଭୀର ସମୁଦ୍ରରେ ଅଛନ୍ତି ସେମାନେ ତୁରନ୍ତ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ୬ ଜିଲା ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ ଓ ବାଲେଶ୍ୱର ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

The post ଆସୁଛି ଆଉ ଏକ ଲଘୁଚାପ: ୧୪ରୁ ୧୬ ପ୍ରବଳ ବର୍ଷା ସମ୍ଭାବନା appeared first on Dharitri Odia News.