ଆସୁଛି ଆଉ ଏକ ଲଘୁଚାପ ,୩ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସୁଛି ଆଉ ଏକ ଘୁଚାପ । ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେବ। ଆସନ୍ତାକାଲି ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୫ରୁ୮ ତାରିଖ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅନୁମାନ […]

ଆସୁଛି ଆଉ ଏକ ଲଘୁଚାପ ,୩ ଦିନ ପ୍ରବଳ ବର୍ଷା
ଆସୁଛି ଆଉ ଏକ ଲଘୁଚାପ ,୩ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସୁଛି ଆଉ ଏକ ଘୁଚାପ । ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେବ। ଆସନ୍ତାକାଲି ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୫ରୁ୮ ତାରିଖ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଗାମୀ ତିନିଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଆସନ୍ତାକାଲି ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଏହାସହ ୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।