ଆସୁଛି ଆଉ ଏକ ଲଘୁଚାପ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର: ଆସୁଛି ଆଉ ଏକ ଲଘୁଚାପ। ୨୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ସୃଷ୍ଟି  ହୋଇଛି। ଲଘୁଚାପ ପ୍ରଭାବରେ ୨୮ରୁ ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୮ରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ପାଣିପାଗ ବିଭାଗ ଅନୁଯାୟୀ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୯ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩୧ ଯାଏଁ ରାଜ୍ୟରେ ଭଲ ବର୍ଷା ହେବ। ୩୦ ଓ ୩୧ ତାରିଖ ସମୁଦ୍ରକୁ ମତ୍ସ୍ୟଜିବୀଙ୍କୁ ଯିବାକୁ ବାରଣ କରାଯାଇଛି। ୨୯ ତାରିଖ ସୁଦ୍ଧା ସମୁଦ୍ର ଭିତରୁ ଫେରି ଆସିବାକୁ ପାଣିପାଗ ବିଭାଗ ସୂଚନା ଦେଇଛି।

ଆସୁଛି ଆଉ ଏକ ଲଘୁଚାପ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର: ଆସୁଛି ଆଉ ଏକ ଲଘୁଚାପ। ୨୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ସୃଷ୍ଟି  ହୋଇଛି। ଲଘୁଚାପ ପ୍ରଭାବରେ ୨୮ରୁ ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୮ରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। 

ପାଣିପାଗ ବିଭାଗ ଅନୁଯାୟୀ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୯ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩୧ ଯାଏଁ ରାଜ୍ୟରେ ଭଲ ବର୍ଷା ହେବ। ୩୦ ଓ ୩୧ ତାରିଖ ସମୁଦ୍ରକୁ ମତ୍ସ୍ୟଜିବୀଙ୍କୁ ଯିବାକୁ ବାରଣ କରାଯାଇଛି। ୨୯ ତାରିଖ ସୁଦ୍ଧା ସମୁଦ୍ର ଭିତରୁ ଫେରି ଆସିବାକୁ ପାଣିପାଗ ବିଭାଗ ସୂଚନା ଦେଇଛି।