ଆସୁଛି ଦୁଇଟି ଲଘୁଚାପ : ପ୍ରବଳ ବର୍ଷା ସମ୍ଭାବନା, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ
ଭୁବନେଶ୍ୱର : ଆସୁଛି ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା । ପୁଣି ଏକ ଡବଲ ଲଘୁଚାପ ସମ୍ଭାବନା। ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ। ଉତ୍ତର ମଧ୍ୟପ୍ରଦେଶର ମଧ୍ୟ ଭାଗ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟ ଏକ ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗର ଉପରେ । ଦୁଇ ଦୁଇଟି ଘୂର୍ଣ୍ଣିବଳୟ ପ୍ରଭାବରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି l ଗୋଟିଏ ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ […] The post ଆସୁଛି ଦୁଇଟି ଲଘୁଚାପ : ପ୍ରବଳ ବର୍ଷା ସମ୍ଭାବନା, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ appeared first on KNews Odisha.

ଭୁବନେଶ୍ୱର : ଆସୁଛି ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା । ପୁଣି ଏକ ଡବଲ ଲଘୁଚାପ ସମ୍ଭାବନା। ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ। ଉତ୍ତର ମଧ୍ୟପ୍ରଦେଶର ମଧ୍ୟ ଭାଗ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟ ଏକ ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗର ଉପରେ । ଦୁଇ ଦୁଇଟି ଘୂର୍ଣ୍ଣିବଳୟ ପ୍ରଭାବରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି l
ଗୋଟିଏ ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ । ଅନ୍ୟ ଏକ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟରେ ପୁଣି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ପାଇଁ ୬ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।
The post ଆସୁଛି ଦୁଇଟି ଲଘୁଚାପ : ପ୍ରବଳ ବର୍ଷା ସମ୍ଭାବନା, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ appeared first on KNews Odisha.