ଆସୁଛି ବଡ଼ ବର୍ଷା, ଆସନ୍ତା ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ଆସୁଛି ବଡ଼ ବର୍ଷା । ଦୁଇ ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟିହେବ ଦୁଇଟି ଘୂର୍ଣ୍ଣିବଳୟ। ପ୍ରଭାବରେ ଲାଗି ରହିବ ବର୍ଷା । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ରାଜ୍ୟରେ ମୗସୁମୀ ନିମ୍ନଚାପରେଖା ସକ୍ରିୟ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା କାଲି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ବର୍ଷାର ପରିମାଣ […]

ଭୁବନେଶ୍ବର: ଆସୁଛି ବଡ଼ ବର୍ଷା । ଦୁଇ ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟିହେବ ଦୁଇଟି ଘୂର୍ଣ୍ଣିବଳୟ। ପ୍ରଭାବରେ ଲାଗି ରହିବ ବର୍ଷା । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ରାଜ୍ୟରେ ମୗସୁମୀ ନିମ୍ନଚାପରେଖା ସକ୍ରିୟ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।
ଆସନ୍ତା କାଲି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ବର୍ଷାର ପରିମାଣ ବଢିବ । ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ, ମୟୁରଭଞ୍ଜ ଏବଂ କେନ୍ଦୁଝରରେ ୭୦ ରୁ ୧୧୦ ମିଲିମିଟର ବର୍ଷା ହୋଇପାରେ । ୧୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୨ଟି ଜିଲ୍ଲା କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ ଏବଂ କଳାହାଣ୍ଡିକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୧୬ ତାରିଖ ପର୍ଯ୍ୟନ୍ତ ଏଭଳି ବର୍ଷା ଜାରି ରହିବ ।
୧୫ ରୁ ୨୨ ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା ହେବ । ଟୁଇନସିଟି କଟକ ଭୁବନେଶ୍ବରରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଆକାଶ ମେଘାଛନ୍ନ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ବେଳେବେଳେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଠାରୁ ୨୮ ପ୍ରତିଶତ ନିଅଁଣ୍ଟିଆ ବର୍ଷା ରେକର୍ଡ ହୋଇଛି । ତେବେ ସାମ୍ଭାବ୍ୟ ସିରିଜ୍ ଘୂର୍ଣ୍ଣିବଳୟ ପ୍ରଭାବରେ ନିଅଁଣ୍ଟିଆ ଭରଣା ହେବାର ସମ୍ଭାବନା ରହିଛି ।