ଆସୁଛି ବଡ଼ ବର୍ଷା, ୧୦ ଜିଲାକୁ ଆଲର୍ଟ…
ଭୁବନେଶ୍ୱର,୨୫।୯: ଆସୁଛି ବଡ଼ ବର୍ଷା। ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗି ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ର ପ୍ରଦେଶ- ଦକ୍ଷିଣ ଓ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଆଉ ଦୁଇ ଦିନ ପ୍ରବଳ ଛେଚିବ। ଆଜି ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୧୦ […] The post ଆସୁଛି ବଡ଼ ବର୍ଷା, ୧୦ ଜିଲାକୁ ଆଲର୍ଟ… appeared first on Dharitri Odia News.
ଭୁବନେଶ୍ୱର,୨୫।୯: ଆସୁଛି ବଡ଼ ବର୍ଷା। ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗି ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ର ପ୍ରଦେଶ- ଦକ୍ଷିଣ ଓ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଆଉ ଦୁଇ ଦିନ ପ୍ରବଳ ଛେଚିବ।
ଆଜି ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୧୦ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପରବର୍ତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଝାରସୁଗୁ ସମ୍ବଲପୁର ଓ ବରଗଡ ପ୍ରବଳ ବର୍ଷା ହେବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଲଘୁଚାପ ପ୍ରଭାବରେ ୨୬ ତାରିଖ ଯାଏଁ ପ୍ରବଳ ବର୍ଷା ପାଇଁ ୭ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
The post ଆସୁଛି ବଡ଼ ବର୍ଷା, ୧୦ ଜିଲାକୁ ଆଲର୍ଟ… appeared first on Dharitri Odia News.