ଆସୁଛି ବଡ଼ ବର୍ଷା: ୪ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୪।୮: ରାଜ୍ୟରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜି ଘଡଘଡି ବିଜୁଳି ସହ ବର୍ଷା ନେଇ ୯ଟି ଜିଲାକୁ ସତର୍କତା ଜାରି ହୋଇଛି। ଏସବୁ ଜିଲାଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଝାରସୁଗୁଡା ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହିସବୁ ଜିଲାରେ […] The post ଆସୁଛି ବଡ଼ ବର୍ଷା: ୪ ଦିନ ପ୍ରବଳ ବର୍ଷିବ appeared first on Dharitri Odia News.
ଭୁବନେଶ୍ୱର,୧୪।୮: ରାଜ୍ୟରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜି ଘଡଘଡି ବିଜୁଳି ସହ ବର୍ଷା ନେଇ ୯ଟି ଜିଲାକୁ ସତର୍କତା ଜାରି ହୋଇଛି। ଏସବୁ ଜିଲାଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଝାରସୁଗୁଡା ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ଏହିସବୁ ଜିଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ୧୬ ତାରିଖରେ ୫ ଜିଲା, ୧୭ ତାରିଖରେ ୬ଟି ଓ ୧୮ ତାରିଖରେ ୫ ଜିଲାକୁ ସତର୍କ କରାଯାଇଛି।
The post ଆସୁଛି ବଡ଼ ବର୍ଷା: ୪ ଦିନ ପ୍ରବଳ ବର୍ଷିବ appeared first on Dharitri Odia News.