ଆସୁଛି ବଡ଼ବର୍ଷା ! ୨୭ରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା
ଭୁବନେଶ୍ଵର: ଲଘୁଚାପ ଆଣିବ ବଡ଼ବର୍ଷା । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଳଘୁଚାର କ୍ଷେତ୍ରରେ ପରିଣତ ହେବ । ଏହାର ପ୍ରଭାବରେ ୭ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ । ପାଣିପାଗ ବିଭାଗ ଅନୁଯାୟୀ, ୨୯ ତାରିଖରେ ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ଆରବ ସାଗରରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଝାରସୁଗୁଡା, ବରଗଡ଼, ସମ୍ବଲପୁର ଓ ଦେବଗଡ଼କୁ ବାଦ ଦେଲେ ଅନ୍ୟ ୨୬ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ପବନ ବହିବ।Also read: ମିଛ ପ୍ରତିଶୃତି ଦେଇ ଶାସନକୁ ଆସିଲ, ହେଲେ ଚଳାଇବାରେ ପୁରା ବିଫଳ: ବିଜେଡିଆସନ୍ତା ୨୪ ଘଣ୍ଟା ଯାଏ ଉପକୂଳ ଓଡ଼ିଶାର ଗଂଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା,ପୁରୀ, କଟକ ଜଗତସିଂହପୁର କେନ୍ଦ୍ରାପଡା ଯାଜପୁର ଭଦ୍ରକ ଓ ବାଲେଶ୍ବର ଭଳି ୧୧ ଜିଲ୍ଲାରେ ଉଷ୍ମ ଓ ଆଦ୍ର ସ୍ଥିତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମ
ଭୁବନେଶ୍ଵର: ଲଘୁଚାପ ଆଣିବ ବଡ଼ବର୍ଷା । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଳଘୁଚାର କ୍ଷେତ୍ରରେ ପରିଣତ ହେବ । ଏହାର ପ୍ରଭାବରେ ୭ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ ।
ପାଣିପାଗ ବିଭାଗ ଅନୁଯାୟୀ, ୨୯ ତାରିଖରେ ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ଆରବ ସାଗରରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଝାରସୁଗୁଡା, ବରଗଡ଼, ସମ୍ବଲପୁର ଓ ଦେବଗଡ଼କୁ ବାଦ ଦେଲେ ଅନ୍ୟ ୨୬ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ପବନ ବହିବ।
Also read: ମିଛ ପ୍ରତିଶୃତି ଦେଇ ଶାସନକୁ ଆସିଲ, ହେଲେ ଚଳାଇବାରେ ପୁରା ବିଫଳ: ବିଜେଡି
ଆସନ୍ତା ୨୪ ଘଣ୍ଟା ଯାଏ ଉପକୂଳ ଓଡ଼ିଶାର ଗଂଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା,ପୁରୀ, କଟକ ଜଗତସିଂହପୁର କେନ୍ଦ୍ରାପଡା ଯାଜପୁର ଭଦ୍ରକ ଓ ବାଲେଶ୍ବର ଭଳି ୧୧ ଜିଲ୍ଲାରେ ଉଷ୍ମ ଓ ଆଦ୍ର ସ୍ଥିତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି। ଫଳରେ ଏଥର ରାଜ୍ୟକୁ ଶୀଘ୍ର ମୌସୁମୀ ଆସିବାର ସମ୍ଭାବନା ରହିଛି ।