ଆସୁଛି ବାତ୍ୟା, ସ୍କୁଲ ଛୁଟିକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ହିଟ୍‌ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପାଇଁ ସ୍କୁଲ ବନ୍ଦ ହେବ କି ନାହିଁ, ତାହା ଜିଲାପାଳ ନିଷ୍ପତ୍ତି ନେବେ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇଛନ୍ତି। ମନ୍ତ୍ରୀ […] The post ଆସୁଛି ବାତ୍ୟା, ସ୍କୁଲ ଛୁଟିକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ appeared first on Dharitri Odia News.

ଆସୁଛି ବାତ୍ୟା, ସ୍କୁଲ ଛୁଟିକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ହିଟ୍‌ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପାଇଁ ସ୍କୁଲ ବନ୍ଦ ହେବ କି ନାହିଁ, ତାହା ଜିଲାପାଳ ନିଷ୍ପତ୍ତି ନେବେ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜିଲାପାଳମାନଙ୍କୁ ଏଥିପାଇଁ ଅଧିକାର ଦିଆଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସେମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବେ। ଯେଉଁଠି ଆବଶ୍ୟକ ପଡ଼ିବ, ଜିଲାପାଳ ସ୍କୁଲ ଛୁଟି ଘୋଷଣା କରିପାରିବେ।

ଅନ୍ୟପଟେ କେହି ଭୟଭୀତ ନ ହେବାକୁ ମୁଖ୍ୟମନ୍ତ୍ରୀ ଲୋକଙ୍କୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, ଭୟଭୀତ ହୁଅନ୍ତୁନି। ଜିରୋ କାଜୁଆଲିଟି’ ନିଶ୍ଚିତ ଭାବେ ରହିବ। ଜିରୋ କାଜୁଆଲିଟି ଆମ ମିଶନ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

The post ଆସୁଛି ବାତ୍ୟା, ସ୍କୁଲ ଛୁଟିକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ appeared first on Dharitri Odia News.