ଆସୁଛି ଲଘୁଚାପ, ନେବ କି ବାତ୍ୟା ରୂପ? ଜାଣନ୍ତୁ କ’ଣ କହୁଛି ପାଣିପାଗ ବିଭାଗ

ଭୁବନେଶ୍ୱର,୧୭।୧୦: ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରସ୍ଥ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୩ ଓ ୨୪ ତାରିଖରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା […] The post ଆସୁଛି ଲଘୁଚାପ, ନେବ କି ବାତ୍ୟା ରୂପ? ଜାଣନ୍ତୁ କ’ଣ କହୁଛି ପାଣିପାଗ ବିଭାଗ appeared first on Dharitri Odia News.

ଆସୁଛି ଲଘୁଚାପ,  ନେବ କି ବାତ୍ୟା ରୂପ? ଜାଣନ୍ତୁ କ’ଣ କହୁଛି ପାଣିପାଗ ବିଭାଗ

ଭୁବନେଶ୍ୱର,୧୭।୧୦: ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରସ୍ଥ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୩ ଓ ୨୪ ତାରିଖରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନାନୁସାରେ, ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଚିତ୍ର ଆହୁରି ସ୍ପଷ୍ଟ ହେବ। ତେବେ ବାତ୍ୟା ନେଇ କୌଣସି ସୂଚନା ନାହିଁ।

ଅନ୍ୟପଟେ, ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ୨୦ ତାରିଖ ସୁଦ୍ଧା ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୨ରେ କେନ୍ଦ୍ରୀୟ ବଙ୍ଗୋପସାଗର ଲଘୁଚାପରେ ପରିଣତ ହେବ। କ୍ରମେ ଲଘୁଚାପ କ୍ଷେତ୍ରଟି ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ୨୪ ତାରିଖ ସୁଦ୍ଧା ଅବପାତରେ ପରିଣତ ହେବ। ପ୍ରଭାବରେ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ହେବ। ତେବେ ବାତ୍ୟା ନେଇ କୌଣସି ଆକଳନ ହୋଇନାହିଁ।

The post ଆସୁଛି ଲଘୁଚାପ, ନେବ କି ବାତ୍ୟା ରୂପ? ଜାଣନ୍ତୁ କ’ଣ କହୁଛି ପାଣିପାଗ ବିଭାଗ appeared first on Dharitri Odia News.