ଆସୁଛି ସିରିଜ୍ ଲଘୁଚାପ: ଭରଣା ହେବ ନିଅଣ୍ଟିଆ ବର୍ଷା!

କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେବ ୨ଟି ଲଘୁଚାପ । ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ଜାରି ରହିଛି। ଏହା ସହ ପଛକୁ ପଛ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ସାରା ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ। ୧୮ ତାରିଖରେ […] The post ଆସୁଛି ସିରିଜ୍ ଲଘୁଚାପ: ଭରଣା ହେବ ନିଅଣ୍ଟିଆ ବର୍ଷା! first appeared on Kanak News.

ଆସୁଛି ସିରିଜ୍ ଲଘୁଚାପ: ଭରଣା ହେବ ନିଅଣ୍ଟିଆ ବର୍ଷା!

କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେବ ୨ଟି ଲଘୁଚାପ । ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ଜାରି ରହିଛି। ଏହା ସହ ପଛକୁ ପଛ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ସାରା ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ।

୧୮ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ। ୧୯ ତାରିଖରେ ଲଘୁଚାପରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ୨୧ ତାରିଖ ପର୍ୟ୍ୟନ୍ତ ବର୍ଷା ହେବ । ଦୁଇଟି ଯାକ ଳଘୁଚାପ ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୨୪ କିମ୍ବା ୨୫ ତାରିଖରେ ଲଘୁଚାପ ରୂପ ନେଇପାରେ। ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ସହ ଜାରି ରହିଥିବା ନିଅଣ୍ଟିଆ ବର୍ଷା ଦୂର ହୋଇପାରେ।

୧ ଜୁନ ରୁ ଆଜି ପର୍ୟ୍ୟନ୍ତ ରାଜ୍ୟରେ ୨୭୨.୬ ମିମି ବର୍ଷା ରେକର୍ଡ ହୋଇଛି । ୨୭ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ନିଅଣ୍ଟିଆ ବର୍ଷା ଯୋଗୁଁ ବାଲେଶ୍ଵରରେ ସ୍ଥିତି ଉତ୍କଟ ଥିବା ବେଳେ ୧୩ ଜିଲ୍ଲାରେ ସ୍ଵାଭାବିକ ବର୍ଷା ରେକର୍ଡ କରାଯାଇଛି । ତେବେ ଯାହା ଆକଳନ କରାଯାଉଛି ଯଦି ଏହି ସିରିଜ ଲଘୁଚାପ ସକ୍ରିୟ ହେଉଛି ତେବେ ରାଜ୍ୟରେ ସ୍ଵାଭାବିକ ଠାରୁ ଭଲ ବର୍ଷା ହେବା ସହ ଭରଣା ହେବ ନିଅଣ୍ଟିଆ ବର୍ଷା ।

The post ଆସୁଛି ସିରିଜ୍ ଲଘୁଚାପ: ଭରଣା ହେବ ନିଅଣ୍ଟିଆ ବର୍ଷା! first appeared on Kanak News.